‘ବିଏସକେଓ୍ବାଇରେ ହୋଇଛି ଦୁର୍ନୀତି, ଖୁବଶୀଘ୍ର ତଦନ୍ତ ହେବ’

ଭୁବନେଶ୍ବର: ପୂର୍ବ ସରକାରଙ୍କ ବିଏସକେଓ୍ବାଇ କାର୍ଡରେ ଦୁର୍ନୀତି ହୋଇଛି । ଖୁବଶୀଘ୍ର ଏହାର ତଦନ୍ତ ହେବ ବୋଲି ଆଜି ସୂଚନା ଦେଇଛନ୍ତି ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ । ଆୟୁଷ୍ମାନ ଯୋଜନା ଓଡିଶାରେ ଲାଗୁ ହେବା ପରେ ଏହାକୁ ନେଇ ପୂର୍ବ ସରକାରଙ୍କ ଉପରେ ବର୍ଷି କିଛି ଏପରି କହିଛନ୍ତି ମନ୍ତ୍ରୀ ।

ମନ୍ତ୍ରୀଙ୍କ କହିବାନୁଯାୟୀ, ଆୟୁଷ୍ମାନ ପୂର୍ବରୁ ବିଭିନ୍ନ ସ୍ଥାନରେ ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ କାର୍ଡ ଥାଇ କି ବି ଲୋକେ ପ୍ରତ୍ୟାଖ୍ୟାତ ହେଉଥିଲେ । ଅନେକ ସ୍ଥାନରେ ଲୋକେ ଶୋଷିତ ହେଉଥିଲେ । ମନ ଇଚ୍ଛା ହସ୍ପିଟାଲମାନେ ବିଲ କରୁଥିଲେ । ପୂର୍ବ ସରକାରର ଅନେକ ଲୋକ ଦୁର୍ନୀତିରେ ସମ୍ପୃକ୍ତ ଥିଲେ । ସେ ବାବଦରେ ଖୁବଶୀଘ୍ର ତଦନ୍ତର ପ୍ରକ୍ରିୟା ଆରମ୍ଭ ହେବ ବୋଲି ମନ୍ତ୍ରୀ କହିଛନ୍ତି ।

ତେବେ ଓଡିଶାରେ କାର୍ଯ୍ୟକାରୀ ହେବ ଆୟୁଷ୍ମାନ ଭାରତ ପ୍ରଧାନମନ୍ତ୍ରୀ ଜନ ଆରୋଗ୍ୟ ଯୋଜନା । ଏଥିପାଇଁ ସୋମବାର ନୂଆ ଦିଲ୍ଲୀର ବିଜ୍ଞାନ ଭବନରେ ଆୟୋଜିତ ଏକ କାର୍ଯ୍ୟକ୍ରମରେ କେନ୍ଦ୍ର ସରକାରଙ୍କ ନ୍ୟାସନାଲ୍ ହେଲଥ ଅଥରିଟି ସହିତ ରାଜ୍ୟ ସରକାରଙ୍କ ସ୍ୱାସ୍ଥ୍ୟ ବିଭାଗର ଏକ ଚୁକ୍ତିନାମା (ଏମଓୟୁ) ସ୍ୱାକ୍ଷରିତ ହୋଇଯାଇଛି । ଏହା ଦ୍ୱାରା ବର୍ତ୍ତମାନ ରାଜ୍ୟର ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନା ସହିତ ଆୟୁଷ୍ମାନ ଭାରତ ପ୍ରଧାନମନ୍ତ୍ରୀ ଜନ ଆରୋଗ୍ୟ ଯୋଜନା ଯୋଡିହୋଇଛି । ଯାହା ଦେଶର ୨୯ ହଜାରରୁ ଅଧିକ ଚିକିତ୍ସାଳୟରେ ଚିକିତ୍ସା ସୁବିଧା ଯୋଗାଇଦେବ । ରାଜ୍ୟର ୧.୦୩ କୋଟି ପରିବାର ଏଥିରେ ଉପକୃତ ହେବେ । ଏହା ଦ୍ୱାରା ରାଜ୍ୟର ୭୦ ବର୍ଷରୁ ଉର୍ଦ୍ଧ୍ୱ ବରିଷ୍ଠ ନାଗରିକ ମାନେ ମଧ୍ୟ ଚିକିତ୍ସା ସୁବିଧା ପାଇପାରିବେ । ବର୍ତ୍ତମାନ ରାଜ୍ୟରେ ୨୩, ୧୨, ୯୭୯ ଜଣ ୭୦ ବର୍ଷରୁ ଅଧିକ ବରିଷ୍ଠ ନାଗରିକ  ଥିବା ବେଳେ ୨୩ ଲକ୍ଷରୁ ଅଧିକ ୭୦ ବର୍ଷରୁ ଉର୍ଦ୍ଧ୍ୱ ବରିଷ୍ଠ ନାଗରିକ ଏହାଦ୍ବାରା ଚିକିତ୍ସା ସୁବିଧା ପାଇବେ ।

nis-ad
Leave A Reply

Your email address will not be published.