ପଟ୍ଟାମୁଣ୍ଡାଇ: ଭିତରକନିକାରେ ଆରମ୍ଭ ହୋଇଛି କୁମ୍ଭୀର ଗଣନା । ଆଜିଠୁ ୨୨ ଯାଏଁ ଭିତରକନିକାରେ ଚାଲିବ କୁମ୍ଭୀର ଗଣନା । କୁମ୍ଭୀର ଗଣନା ପାଇଁ ଭିତରକନିକାର ୫ଟି ରେଂଜରେ ୨୨ଟି ଟିମ୍ ନିୟୋଜିତ ହୋଇଛନ୍ତି । ପ୍ରତ୍ୟେକ ଟିମ୍ରେ ୭/୮ ଜଣ ବନ କର୍ମଚାରୀ ସାମିଲ ହୋଇଛନ୍ତି । ସେପଟେ ଗଣନା କାର୍ଯ୍ୟ ପାଇଁ ଭିତରକନିକାକୁ ପର୍ଯ୍ୟଟକଙ୍କୁ ବାରଣ କରାଯାଇଛି ।
କୁମ୍ଭୀର ବିଶାରଦ ଡଃ ସୁଧାକର କରଙ୍କ ନେତୃତ୍ବରେ ରାଜନଗର ବନଖଣ୍ଡର କନିକା, ରାଜନଗର, ମହାକାଳପଡ଼ା ଓ ଗହୀରମଥା ୪ଟି ରେଞ୍ଜରେ ଚାଲିଛି କୁମ୍ଭୀର ଗଣନା । ଭିତରକନିକାକୁ ସଲଗ୍ନ ଥିବା ନଦୀ, ନାଳଗୁଡ଼ିକରେ ବଉଳା କୁମ୍ଭୀରମାନଙ୍କର ଗଣନା କରାଯିବ । ପ୍ରଥମ ଥର ପାଇଁ ଭିତରକନିକା ବାହାର ନଦୀ ନାଳରେ ମଧ୍ୟ କୁମ୍ଭୀର ଗଣନା କରାଯାଉଛି । ରାଜନଗରର ୪ଟି ବନ ରେଞ୍ଜରେ ଏହି କୁମ୍ଭୀର ଗଣନା କରାଯାଉଛି । ବନ ଅଧିକାରୀ, ବନ୍ୟପ୍ରାଣୀ ଗବେଷକ ଏବଂ ସ୍ଥାନୀୟ ଲୋକଙ୍କୁ ନେଇ ଗଠିତ ୨୨ଟି ଟିମ୍ କୁମ୍ଭୀର ଗଣନା କାର୍ଯ୍ୟ ପାଇଁ ନିୟୋଜିତ ହୋଇଛନ୍ତି । କୁମ୍ଭୀର ବିଶାରଦ ଡ଼ା ସୁଧାକର କରଙ୍କ ନେତୃତ୍ୱରେ ବନ କର୍ମଚାରୀ ମାନେ କୁମ୍ଭୀର ଗଣନା କରିବେ । ଗତବର୍ଷ ଭିତରକନିକାରେ ୧୮୧୧ଟି କୁମ୍ଭୀର ଗଣନା କରାଯାଇଥିବା ବେଳେ ଚଳିତ ବର୍ଷ ମଧ୍ୟ କୁମ୍ଭୀର ସଂଖ୍ୟା ବୃଦ୍ଧି ପାଇବ ବୋଲି ଆଶା ରଖାଯାଇଛି ।