ଓଡ଼ିଶାରେ ଆଉ ୧୪୯୭ ଜଣ କରୋନା ସଂକ୍ରମିତ ଚିହ୍ନଟ, ୨୦ ମୃତ

ଭୁବନେଶ୍ୱର: ଗତ ୨୪ ଘଣ୍ଟା ମଧ୍ୟରେ ଓଡ଼ିଶା ରେ ଆଉ ୧୪୯୭ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୮୭୪ ଜଣ କ୍ୱାରେଣ୍ଟାଇନ୍ ରୁ ଚିହ୍ନଟ ହୋଇଥିବା ବେଳେ ୯୨୩ ଜଣ ସ୍ଥାନୀୟ ସଂକ୍ରମିତ । ସେହିପରି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍ ବୟସର ୨୮୩ଜଣ ଶିଶୁ ରହିଛନ୍ତି ।

ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରେ ଅନୁଗୁଳ ଜିଲ୍ଲାରୁ ୭୧ଜଣ, ବାଲେଶ୍ୱର ଜିଲ୍ଲାରୁ ୫୦ଜଣ, ବରଗଡ଼ ଜିଲ୍ଲାରୁ ୨୨ଜଣ, ଭଦ୍ରକ ଜିଲ୍ଲାରୁ ୧୯ଜଣ, ବଲାଙ୍ଗୀର ଜିଲ୍ଲାରୁ ୨୨ଜଣ, ବୌଦ୍ଧ ଜିଲ୍ଲାରୁ ୩୨ଜଣ, କଟକ ଜିଲ୍ଲାରୁ ୬୯ଜଣ, ଦେଓଗଡ଼ ଜିଲ୍ଲାରୁ ୬୨ଜଣ, ଢେଙ୍କାନାଳ ଜିଲ୍ଲାରୁ ୨୭ଜଣ, ଗଜପତି ଜିଲ୍ଲାରୁ ୪୫ଜଣ, ଗଞ୍ଜାମ ଜିଲ୍ଲାରୁ ୮ଜଣ, ଜଗତସିଂହପୁର ଜିଲ୍ଲାରୁ ୨୪ଜଣ, ଯାଜପୁର ଜିଲ୍ଲାରୁ ୬୪ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୭୫ଜଣ, କଳାହାଣ୍ଡି ଜିଲ୍ଲାରୁ ୩୮ଜଣ, କନ୍ଧମାଳ ଜିଲ୍ଲାରୁ ୩୧ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୧୬ଜଣ, କେନ୍ଦୁଝର ଜିଲ୍ଲାରୁ ୪୨ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୨୫୧ଜଣ, କୋରାପୁଟ ଜିଲ୍ଲାରୁ ୬୬ଜଣ, ମାଲକାନଗିରି ଜିଲ୍ଲାରୁ ୭ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୩୫ଜଣ, ନବରଙ୍ଗପୁର ଜିଲ୍ଲାରୁ ୩୪ଜଣ, ନୟାଗଡ଼ ଜିଲ୍ଲାରୁ ୫୬ଜଣ, ନୂଆପଡ଼ା ଜିଲ୍ଲାରୁ ୨୩ଜଣ, ପୁରୀ ଜିଲ୍ଲାରୁ ୩୭ଜଣ, ରାୟଗଡ଼ା ଜିଲ୍ଲାରୁ ୫୨ଜଣ, ସମ୍ବଲପୁର ଜିଲ୍ଲାରୁ ୫୯ଜଣ, ସୋନପୁର ଜିଲ୍ଲାରୁ ୬ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୧୦୧ଜଣ, ଷ୍ଟେଟ ପୁଲ୍ ରୁ ୫୩ଜଣ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୨୬୮୩୦୮ଜଣକୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟର ରେ ଯୋଗେ ସୂଚନା ଦିଆଯାଇଛି ।
ଅନ୍ୟ ପକ୍ଷରେ ଗତ ୨୪ ଘଂଟା ମଧ୍ୟରେ ଆଉ ୨୦ ଜଣ କରୋନା ସଂକ୍ରମିତଙ୍କର ମୃତ୍ୟୁ ହୋଇଛି । ମୃତକଙ୍କ ମଧ୍ୟରେ ଖୋର୍ଦ୍ଧା ଜିଲ୍ଲାରୁ ୬ଜଣ ରହିଥିବା ବେଳେ କଳାହାଣ୍ଡି ଜିଲ୍ଲାରୁ ୪ଜଣ ରହିଛନ୍ତି । ସେହିପରି କଟକ ଜିଲ୍ଲାରୁ ୩ଜଣ ରହିଥିବା ବେଳେ ଜଗତସିଂହପୁର, ନୟାଗଡ଼ ଜିଲ୍ଲାରୁ ୨ଜଣ ଲେଖାଏଁ ରହିଛନ୍ତି । କେନ୍ଦ୍ରାପଡ଼ା, ଯାଜପୁର ଓ ରାୟଗଡ଼ା ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୮୭୫୪କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ଵାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।
ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୨୬୮୩୦୮ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୧୨୩୭୯୭୬ଜଣ ସୁସ୍ଥ ହୋଇଛନ୍ତି । କରୋନାଜନିତ ମୃତ୍ୟୁ ସଂଖ୍ୟା ୮୭୫୪ ରେ ପହଂଚିଥିବାବେଳେ ୫୩ ଜଣ କରୋନା ସଂକ୍ରମିତ ଅନ୍ୟ ରୋଗରେ ମୃତ୍ୟୁ ବରଣ କରିଛନ୍ତି । ଆଉ ୨୧୫୨୫ ଜଣ ସକ୍ରୀୟ ସଂକ୍ରମିତ ଚିକିତ୍ସାଧିନ ଅଛନ୍ତି । । ଗତକାଲି ସୁଦ୍ଧା ରାଜ୍ୟରେ ୨୮୦୪୩୬୧୫ ସାମ୍ପୁଲ ଟେଷ୍ଟ୍ ହୋଇଛି । 

nis-ad
Leave A Reply

Your email address will not be published.