ରାଜ୍ୟରେ ୨ ଦିନ ଧରି କୁହୁଡି ଆଶଙ୍କା, ୧୦ରୁ ପୁଣି ବର୍ଷା ସମ୍ଭାବନା

ଭୁବନେଶ୍ୱର: ଆସନ୍ତା ୯ ଓ ୧୦ ତାରିଖରେ ରାଜ୍ୟରେ ପୁଣି ବର୍ଷା ହେବାର ସମ୍ଭାବନା ରହିଛି । ପଶ୍ଚିମ ଓଡିଶା ଓ ଉତ୍ତର ଓଡିଶାର କିଛି ସ୍ଥାନରେ ବର୍ଷା ହେବାର ସମ୍ଭାବନା ରହିଛି । ତେବେ ଝାରସୁଗୁଡା, ସମ୍ବଲପୁର ଓ ଦେବଗତ ସମେତ କିଛି ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହୋଇପାରେ । ଏନେଇ ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଇଛି ।

ସୋମବାର ରାଜ୍ୟର ବିଭିନ୍ନ ସ୍ଥାନରେ ଘନ କୁହୁଡି ଦେଖା ଦେଇଛି । ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା ଅନୁଗୁଳ ଓ ଢେଙ୍କାନାଳ ଆଦି ଜିଲ୍ଲାରେ ଘନ କୁହୁଡି ଆଶଙ୍କା ଥିବାରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଥିଲା । ସେହିପରି ମଙ୍ଗଳବାର ବି ସମ୍ଭାବ୍ୟ ଘନ କୁହୁଡି ପାଇଁ ୧୨ ଜିଲ୍ଲାରେ ସର୍ତକ ସୂଚନା ଜାରି କରାଯାଇଛି ।

ସେହିପରି ମାଲକାନଗିରି, ରାୟଗଡା, କନ୍ଧମାଳ, ଗଜପତି, ଗଞ୍ଜାମ ଓ କୋରାପୁଟ ଜିଲ୍ଲାରେ ସ୍ୱଳ୍ପରୁ ମଧ୍ୟମ ଧରଣର କୁହୁଡି ପଡିପାରେ । ଏହି ସମୟ ମଧ୍ୟରେ ଝାରସୁଗୁଡା, ସୁନ୍ଦରଗଡ, କେନ୍ଦୁଝର, ଅନୁଗୁଳ, ସୋନପୁର, ବଲାଙ୍ଗୀର କଳାହାଣ୍ଡି ଜିଲ୍ଲାରେ ଥଣ୍ଡା ମଧ୍ୟ ଅନୁଭୂତ ହେବ ।

nis-ad
Leave A Reply

Your email address will not be published.