ଓଡ଼ିଶାରେ ଆଉ ୧୭୧୨ ଜଣ କରୋନା ସଂକ୍ରମିତ ଚିହ୍ନଟ, ୨୨ ମୃତ

ଭୁବନେଶ୍ୱର: ଗତ ୨୪ ଘଣ୍ଟା ମଧ୍ୟରେ ଓଡ଼ିଶା ରେ ଆଉ ୧୭୧୨ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୯୯୭ ଜଣ କ୍ୱାରେଣ୍ଟାଇନ୍ ରୁ ଚିହ୍ନଟ ହୋଇଥିବା ବେଳେ ୭୧୫ ଜଣ ସ୍ଥାନୀୟ ସଂକ୍ରମିତ । ସେହିପରି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍ ବୟସର ୩୨୩ଜଣ ଶିଶୁ ରହିଛନ୍ତି ।ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରେ ଅନୁଗୁଳ ଜିଲ୍ଲାରୁ ୭୯ଜଣ, ବାଲେଶ୍ୱର ଜିଲ୍ଲାରୁ ୫୪ଜଣ, ବରଗଡ଼ ଜିଲ୍ଲାରୁ ୧୭ଜଣ, ଭଦ୍ରକ ଜିଲ୍ଲାରୁ ୨୨ଜଣ, ବଲାଙ୍ଗୀର ଜିଲ୍ଲାରୁ ୩୧ଜଣ, ବୌଦ୍ଧ ଜିଲ୍ଲାରୁ ୨୯ଜଣ, କଟକ ଜିଲ୍ଲାରୁ ୧୦୪ଜଣ, ଦେଓଗଡ଼ ଜିଲ୍ଲାରୁ ୪୬ଜଣ, ଢେଙ୍କାନାଳ ଜିଲ୍ଲାରୁ ୪୩ଜଣ, ଗଞ୍ଜାମ ଜିଲ୍ଲାରୁ ୧୦ଜଣ, ଜଗତସିଂହପୁର ଜିଲ୍ଲାରୁ ୪୮ଜଣ, ଯାଜପୁର ଜିଲ୍ଲାରୁ ୫୩ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୨୯ଜଣ, କଳାହାଣ୍ଡି ଜିଲ୍ଲାରୁ ୪୯ଜଣ, କନ୍ଧମାଳ ଜିଲ୍ଲାରୁ ୩୧ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୪୬ଜଣ, କେନ୍ଦୁଝର ଜିଲ୍ଲାରୁ ୫୨ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୨୫୭ଜଣ, କୋରାପୁଟ ଜିଲ୍ଲାରୁ ୧୧୮ଜଣ, ମାଲକାନଗିରି ଜିଲ୍ଲାରୁ ୩ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୫୩ଜଣ, ନବରଙ୍ଗପୁର ଜିଲ୍ଲାରୁ ୨୬ଜଣ, ନାୟଗଡ଼ ଜିଲ୍ଲାରୁ ୪୫ଜଣ, ନୂଆପଡ଼ା ଜିଲ୍ଲାରୁ ୩୯ଜଣ, ପୁରୀ ଜିଲ୍ଲାରୁ ୪୦ଜଣ, ରାୟଗଡ଼ା ଜିଲ୍ଲାରୁ ୩୪ଜଣ, ସମ୍ବଲପୁର ଜିଲ୍ଲାରୁ ୫୬ଜଣ, ସୋନପୁର ଜିଲ୍ଲାରୁ ୫୪ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୧୪୭ଜଣ, ଷ୍ଟେଟ ପୁଲ୍ ରୁ ୪୮ଜଣ ରହିଛନ୍ତି ।

ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୨୭୧୫୨୩ଜଣକୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି ।
ଅନ୍ୟ ପକ୍ଷରେ ଗତ ୨୪ ଘଂଟା ମଧ୍ୟରେ ଆଉ ୨୨ ଜଣ କରୋନା ସଂକ୍ରମିତଙ୍କ ମୃତ୍ୟୁ ହୋଇଛି । ମୃତକଙ୍କ ମଧ୍ୟରେ ଭୁବନେଶ୍ୱରରୁ ୧୪ଜଣ ରହିଥିବା ବେଳେ ଅନୁଗୁଳ ଜିଲ୍ଲାରୁ ୨ଜଣ ରହିଛନ୍ତି । ସେହିପରି ସୁନ୍ଦରଗଡ଼, ମୟୁରଭଞ୍ଜ, କନ୍ଧମାଳ, ଜଗତସିଂହପୁର, ଢେଙ୍କାନାଳ, ବଲାଙ୍ଗୀର ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୮୭୯୭କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ଵାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।ରାଜ୍ୟରେ କରୋନା ସଂକ୍ରମିତ ଙ୍କ ସଂଖ୍ୟା କମିବାରେ ଲାଗିଥିବାବେଳେ ମୃତ୍ୟୁ ସଂଖ୍ୟା ବଢ଼ି ବଢ଼ି ଚାଲିଛି ।
ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୨୭୧୫୨୩ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୧୨୪୫୦୨୬ଜଣ ସୁସ୍ଥ ହୋଇଛନ୍ତି । କରୋନାଜନିତ ମୃତ୍ୟୁ ସଂଖ୍ୟା ୮୭୯୭ ରେ ପହଂଚିଥିବାବେଳେ ୫୩ ଜଣ କରୋନା ସଂକ୍ରମିତ ଅନ୍ୟ ରୋଗରେ ମୃତ୍ୟୁ ବରଣ କରିଛନ୍ତି । ଆଉ ୧୭୬୪୭ ଜଣ ସକ୍ରୀୟ ସଂକ୍ରମିତ ଚିକିତ୍ସାଧିନ ଅଛନ୍ତି । ଗତକାଲି ସୁଦ୍ଧା ରାଜ୍ୟରେ ୨୮୧୬୬୭୮୬ ସାମ୍ପୁଲ ଟେଷ୍ଟ୍ ହୋଇଛି । 

nis-ad
Leave A Reply

Your email address will not be published.