ରାଜ୍ୟରେ ଆଉ ୧୪୮୦ ଜଣ କରୋନା ସଂକ୍ରମିତ ଚିହ୍ନଟ, ୨୧ ମୃତ

ଭୁବନେଶ୍ୱର: ଗତ ୨୪ ଘଣ୍ଟା ମଧ୍ୟରେ ଓଡ଼ିଶା ରେ ଆଉ ୧୪୮୦ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୮୬୨ ଜଣ କ୍ୱାରେଣ୍ଟାଇନ୍ ରୁ ଚିହ୍ନଟ ହୋଇଥିବା ବେଳେ ୬୧୮ ଜଣ ସ୍ଥାନୀୟ ସଂକ୍ରମିତ । ସେହିପରି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍ ବୟସର ୩୩୪ଜଣ ଶିଶୁ ରହିଛନ୍ତି ।ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରେ ଅନୁଗୁଳ ଜିଲ୍ଲାରୁ ୭୨ଜଣ, ବାଲେଶ୍ୱର ଜିଲ୍ଲାରୁ ୩୪ଜଣ, ବରଗଡ଼ ଜିଲ୍ଲାରୁ ୨୫ଜଣ, ଭଦ୍ରକ ଜିଲ୍ଲାରୁ ୨୦ଜଣ, ବଲାଙ୍ଗୀର ଜିଲ୍ଲାରୁ ୩୭ଜଣ, ବୌଦ୍ଧ ଜିଲ୍ଲାରୁ ୩୬ଜଣ, କଟକ ଜିଲ୍ଲାରୁ ୧୩୩ଜଣ, ଦେଓଗଡ଼ ଜିଲ୍ଲାରୁ ୨୭ଜଣ, ଢେଙ୍କାନାଳ ଜିଲ୍ଲାରୁ ୧୩ଜଣ, ଗଜପତି ଜିଲ୍ଲାରୁ ୪୩ଜଣ, ଗଞ୍ଜାମ ଜିଲ୍ଲାରୁ ୨୭ଜଣ, ଜଗତସିଂହପୁର ଜିଲ୍ଲାରୁ ୪୩ଜଣ, ଯାଜପୁର ଜିଲ୍ଲାରୁ ୭୩ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୩୯ଜଣ, କଳାହାଣ୍ଡି ଜିଲ୍ଲାରୁ ୪୧ଜଣ, କନ୍ଧମାଳ ଜିଲ୍ଲାରୁ ୧୨ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୪୯ଜଣ, କେନ୍ଦୁଝର ଜିଲ୍ଲାରୁ ୩୪ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୧୬୩ଜଣ, କୋରାପୁଟ ଜିଲ୍ଲାରୁ ୫୮ଜଣ, ମାଲକାନଗିରି ଜିଲ୍ଲାରୁ ୩ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୪୦ଜଣ, ନବରଙ୍ଗପୁର ଜିଲ୍ଲାରୁ ୩୫ଜଣ, ନୟାଗଡ଼ ଜିଲ୍ଲାରୁ ୫୯ଜଣ, ନୂଆପଡ଼ା ଜିଲ୍ଲାରୁ ୫୭ଜଣ, ପୁରୀ ଜିଲ୍ଲାରୁ ୩୭ଜଣ, ରାୟଗଡ଼ା ଜିଲ୍ଲାରୁ ୪୭ଜଣ, ସମ୍ବଲପୁର ଜିଲ୍ଲାରୁ ୨୧ଜଣ, ସୋନପୁର ଜିଲ୍ଲାରୁ ୨୭ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୧୩୯ଜଣ, ଷ୍ଟେଟ ପୁଲ୍ ରୁ ୩୬ଜଣ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୨୭୩୦୦୩ଜଣକୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି ।

ଅନ୍ୟ ପକ୍ଷରେ ଗତ ୨୪ ଘଂଟା ମଧ୍ୟରେ ଆଉ ୨୧ ଜଣ କରୋନା ସଂକ୍ରମିତଙ୍କର ମୃତ୍ୟୁ ହୋଇଛି । ମୃତକଙ୍କ ମଧ୍ୟରେ ସୁନ୍ଦରଗଡ଼ ଜିଲ୍ଲାରୁ ୧୨ଜଣ ରହିଥିବା ବେଳେ ଭଦ୍ରକ, ଖୋର୍ଦ୍ଧା, ଗଞ୍ଜାମ ଜିଲ୍ଲାରୁ ୨ଜଣ ଲେଖାଏଁ ରହିଛନ୍ତି । ସେହିପରି କନ୍ଧମାଳ, ବାଲେଶ୍ୱର, ସମ୍ବଲପୁର ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୮୮୧୮କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ଵାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।

ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୨୭୩୦୦୩ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୧୨୪୮୧୫୨ଜଣ ସୁସ୍ଥ ହୋଇଛନ୍ତି । କରୋନାଜନିତ ମୃତ୍ୟୁ ସଂଖ୍ୟା ୮୮୧୮ ରେ ପହଂଚିଥିବାବେଳେ ୫୩ ଜଣ କରୋନା ସଂକ୍ରମିତ ଅନ୍ୟ ରୋଗରେ ମୃତ୍ୟୁ ବରଣ କରିଛନ୍ତି । ଆଉ ୧୫୯୮୦ ଜଣ ସକ୍ରୀୟ ସଂକ୍ରମିତ ଚିକିତ୍ସାଧିନ ଅଛନ୍ତି । ଗତକାଲି ସୁଦ୍ଧା ରାଜ୍ୟରେ ୨୮୨୨୫୬୦୨ ସାମ୍ପୁଲ ଟେଷ୍ଟ୍ ହୋଇଛି ।

nis-ad
Leave A Reply

Your email address will not be published.