ଜିଲ୍ଲାପାଳଙ୍କ ଅଧ୍ୟକ୍ଷତାରେ ଭୋଟ ଗଣତି ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଅନୁଷ୍ଠିତ

ମାଲକାନଗିରି (୧୧/୦୨) : ଆଜି ଦିବା ୧୧ ଘଟିକା ସମୟରେ, ସ୍ଥାନୀୟ ଜିଲ୍ଲା ଗ୍ରାମ୍ୟ ଉନ୍ନୟନ ସଂସ୍ଥା ସମ୍ମିଳନୀ କକ୍ଷରେ ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ଭୋଟ ଗଣତି କାର୍ଯ୍ୟକ୍ରମ ଉପରେ ଜିଲ୍ଲାପାଳ ଶ୍ରୀଯୁକ୍ତ ବିଶାଲ ସିଂଙ୍କ ଅଧ୍ୟକ୍ଷତାରେ ଏକ ବୈଠକ ଅନୁଷ୍ଠିତ ହୋଇଯାଇଅଛି |

ଏହି ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନକୁ ଅବାଧ ନିରପେକ୍ଷତା ଏବଂ ଶାନ୍ତି ଶୃଙ୍ଖଳାର ସହିତ ଭୋଟ ଗଣତି ଓ ସ୍ୱଚ୍ଚତା ବଜାୟ ରଖିବା ଉପରେ ଜିଲ୍ଲାପାଳ ପରାମର୍ଶ ଦେଇଥିଲେ | ଏହି ବୈଠକରେ ଉପ-ଜିଲ୍ଲାପାଳ ଶ୍ରୀ ଅକ୍ଷୟ କୁମାର ଖେମୁଣ୍ଡୁ ଓ ବି.ଡି.ଓ, କାଲିମେଳା ଶ୍ରୀ ଉମାକାନ୍ତ ଦଳେଇ ପ୍ରଶିକ୍ଷଣ ଦେଇଥିଲେ | ଏହି ପ୍ରଶିକ୍ଷଣ ଶିବିରରେ ପ୍ରକଳ୍ପ ନିର୍ଦ୍ଦେଶକ, ଡି.ଆର.ଡି.ଏ ,ଶ୍ରୀ ବାଲ ମୁକୁନ୍ଦ ଭୂୟାଁ, ଜିଲ୍ଲାର ସମସ୍ତ ତହସିଲଦାର, ସମସ୍ତ ଗୋଷ୍ଠି ଉନ୍ନୟନ ଅଧିକାରୀ, ଜିଲ୍ଲା ପଞ୍ଚାୟତ ଅଧିକାରୀ ପ୍ରମୂଖ ଉପସ୍ଥିତ ରହିଥିଲେ |

nis-ad
Leave A Reply

Your email address will not be published.