ରାଷ୍ଟ୍ରପତିଙ୍କ ପୁରୀ ଗସ୍ତରେ ମୁତୟନ ହେବେ ୪୦ ପ୍ଲାଟୁନ୍ ଫୋର୍ସ

ଭୁବନେଶ୍ୱର: ରାଷ୍ଟ୍ରପତି ରାମନାଥ କୋବିନ୍ଦଙ୍କର ପୁରୀ ଗସ୍ତ ପୂର୍ବରୁ ଜିଲ୍ଲା ପ୍ରଶାସନର ଗୁରୁତ୍ୱପୂର୍ଣ୍ଣ ବୈଠକ ହୋଇଛି । ଶାନ୍ତିଶୃଙ୍ଖଳାର ସହିତ ସମସ୍ତ କାର୍ଯ୍ୟକ୍ରମ ଓ ସୁରକ୍ଷା ବ୍ୟବସ୍ଥା ନେଇ ଏହି ବୈଠକରେ ଆଲୋଚନା କରାଯାଇଛି । ସୁରକ୍ଷାକୁ ଗୁରୁତ୍ୱ ଦିଆଯାଇଥିବା ସୂଚନା ଦେଇଛନ୍ତି ଏସପି ଓ ଜିଲ୍ଲାପାଳ ।

ରାଷ୍ଟ୍ରପତିଙ୍କ ଗସ୍ତ ପାଇଁ ପୁରୀରେ ୪୦ ପ୍ଲାଟୁନ୍ ପୋଲିସ୍ ଫୋର୍ସ ମୁତୟନ ହେବେ । ବିଭିନ୍ନ ସ୍ଥାନରେ ୨୦୦ ଅଧିକାରୀ ସୁରକ୍ଷା ବ୍ୟବସ୍ଥାର ତଦାରଖ କରିବେ । ନୀତିକାନ୍ତି ଓ ସୁରକ୍ଷା ବ୍ୟବସ୍ଥାରେ ତ୍ରୁଟି ନକରିବାକୁ ମଠ ମାନଙ୍କୁ ନିର୍ଦ୍ଦେଶ ଦିଆଯାଇଛି । ୧୯ ତାରିଖରେ ଦୁଇଦିନିଆ ପୁରୀ ଗସ୍ତରେ ଆସୁଛନ୍ତି ରାଷ୍ଟ୍ରପତି ।

nis-ad
Leave A Reply

Your email address will not be published.