ଓଡ଼ିଶାରେ ଆଉ ୧୧୪୮ ଜଣ କରୋନା ସଂକ୍ରମିତ ଚିହ୍ନଟ, ୨୨ ମୃତ

ଭୁବନେଶ୍ୱର:ଗତ ୨୪ ଘଣ୍ଟା ମଧ୍ୟରେ ଓଡ଼ିଶା ରେ ଆଉ ୧୧୪୮ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୬୬୯ ଜଣ କ୍ୱାରେଣ୍ଟାଇନ୍ ରୁ ରହିଥିବା ବେଳେ ୪୭୯ ଜଣ ସ୍ଥାନୀୟ ସଂକ୍ରମିତ । ସେହିପରି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍ ବୟସର ୨୪୪ଜଣ ଶିଶୁ ରହିଛନ୍ତି ।ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରେ ଅନୁଗୁଳ ଜିଲ୍ଲାରୁ ୯୪ଜଣ, ବାଲେଶ୍ୱର ଜିଲ୍ଲାରୁ ୩୪ଜଣ, ବରଗଡ଼ ଜିଲ୍ଲାରୁ ୧୨ଜଣ, ଭଦ୍ରକ ଜିଲ୍ଲାରୁ ୧୩ଜଣ, ବଲାଙ୍ଗୀର ଜିଲ୍ଲାରୁ ୯ଜଣ, ବୌଦ୍ଧ ଜିଲ୍ଲାରୁ ୨୫ଜଣ, କଟକ ଜିଲ୍ଲାରୁ ୬୫ଜଣ, ଦେଓଗଡ଼ ଜିଲ୍ଲାରୁ ୨୮ଜଣ, ଢେଙ୍କାନାଳ ଜିଲ୍ଲାରୁ ୧୭ଜଣ, ଗଜପତି ଜିଲ୍ଲାରୁ ୪୩ଜଣ, ଗଞ୍ଜାମ ଜିଲ୍ଲାରୁ ୧୩ଜଣ, ଜଗତସିଂହପୁର ଜିଲ୍ଲାରୁ ୨୬ଜଣ, ଯାଜପୁର ଜିଲ୍ଲାରୁ ୩୫ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୧୩ଜଣ, କଳାହାଣ୍ଡି ଜିଲ୍ଲାରୁ ୩୫ଜଣ, କନ୍ଧମାଳ ଜିଲ୍ଲାରୁ ୩୩ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୨୭ଜଣ, କେନ୍ଦୁଝର ଜିଲ୍ଲାରୁ ୨୨ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୧୫୩ଜଣ, କୋରାପୁଟ ଜିଲ୍ଲାରୁ ୫୬ଜଣ, ମାଲକାନଗିରି ଜିଲ୍ଲାରୁ ୭ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୪୨ଜଣ, ନବରଙ୍ଗପୁର ଜିଲ୍ଲାରୁ ୧୮ଜଣ, ନୟାଗଡ଼ ଜିଲ୍ଲାରୁ ୨୫ଜଣ, ନୂଆପଡ଼ା ଜିଲ୍ଲାରୁ ୨୬ଜଣ, ପୁରୀ ଜିଲ୍ଲାରୁ ୧୯ଜଣ, ରାୟଗଡ଼ା ଜିଲ୍ଲାରୁ ୪୪ଜଣ, ସମ୍ବଲପୁର ଜିଲ୍ଲାରୁ ୪୬ଜଣ, ସୋନପୁର ଜିଲ୍ଲାରୁ ୯ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୧୨୭ଜଣ, ଷ୍ଟେଟ ପୁଲ୍ ରୁ ୩୨ଜଣ ରହିଛନ୍ତି ।

ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୨୭୭୨୬୨ ଜଣକୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି ।
ଅନ୍ୟ ପକ୍ଷରେ ଗତ ୨୪ ଘଣ୍ଟା ମଧ୍ୟରେ ଆଉ ୨୨ ଜଣ କରୋନା ସଂକ୍ରମିତଙ୍କର ମୃତ୍ୟୁ ହୋଇଛି । ମୃତକଙ୍କ ମଧ୍ୟରେ ବାଲେଶ୍ୱର ଜିଲ୍ଲାରୁ ୮ଜଣ ରହିଥିବା ବେଳେ ସୁନ୍ଦରଗଡ଼ ୪ଜଣ, ଗଞ୍ଜାମ ଜିଲ୍ଲାରୁ ୩ଜଣ ରହିଛନ୍ତି । ସେହିପରି ନବରଙ୍ଗପୁର, କେନ୍ଦୁଝର, କେନ୍ଦ୍ରାପଡ଼ା, ଜଗତସିଂହପୁର, ଅନୁଗୁଳ ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୮୮୮୪କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ଵାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।
ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୨୭୭୨୬୨ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୧୨୫୫୯୯୫ଜଣ ସୁସ୍ଥ ହୋଇଛନ୍ତି , କରୋନାଜନିତ ମୃତ୍ୟୁ ସଂଖ୍ୟା ୮୮୮୪ ରେ ପହଂଚିଥିବାବେଳେ ୫୩ ଜଣ କରୋନା ସଂକ୍ରମିତ ଅନ୍ୟ ରୋଗରେ ମୃତ୍ୟୁ ବରଣ କରିଛନ୍ତି । ଆଉ ୧୨୩୩୦ ଜଣ ସକ୍ରୀୟ ସଂକ୍ରମିତ ଚିକିତ୍ସାଧିନ ଅଛନ୍ତି । । ଗତକାଲି ସୁଦ୍ଧା ରାଜ୍ୟରେ ୨୮୪୧୮୯୭୪ସାମ୍ପୁଲ ଟେଷ୍ଟ୍ ହୋଇଛି ।

nis-ad
Leave A Reply

Your email address will not be published.