ଓଡ଼ିଶାରେ ଆଉ ୮୫୯ ଜଣ କରୋନା ସଂକ୍ରମିତ ଚିହ୍ନଟ, ୨୦ ଜଣଙ୍କ ମୃତ୍ୟୁ

ଭୁବନେଶ୍ୱର: ଗତ ୨୪ ଘଣ୍ଟା ମଧ୍ୟରେ ଓଡ଼ିଶା ରେ ଆଉ ୮୫୯ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୫୦୩ ଜଣ କ୍ୱାରେଣ୍ଟାଇନ୍ ରୁ ରହିଥିବା ବେଳେ ୩୫୬ ଜଣ ସ୍ଥାନୀୟ ସଂକ୍ରମିତ । ସେହିପରି ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍ ବୟସର ୧୭୨ଜଣ ଶିଶୁ ରହିଛନ୍ତି ।ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରେ ଅନୁଗୁଳ ଜିଲ୍ଲାରୁ ୪୫ଜଣ, ବାଲେଶ୍ୱର ଜିଲ୍ଲାରୁ ୨୧ଜଣ, ବରଗଡ଼ ଜିଲ୍ଲାରୁ ୨୧ଜଣ, ଭଦ୍ରକ ଜିଲ୍ଲାରୁ ୧୨ଜଣ, ବଲାଙ୍ଗୀର ଜିଲ୍ଲାରୁ ୯ଜଣ, ବୌଦ୍ଧ ଜିଲ୍ଲାରୁ ୨୦ଜଣ, କଟକ ଜିଲ୍ଲାରୁ ୬୫ଜଣ, ଦେଓଗଡ଼ ଜିଲ୍ଲାରୁ ୯ଜଣ, ଢେଙ୍କାନାଳ ଜିଲ୍ଲାରୁ ୯ଜଣ, ଗଜପତି ଜିଲ୍ଲାରୁ ୩୯ଜଣ, ଗଞ୍ଜାମ ଜିଲ୍ଲାରୁ ୧୮ଜଣ, ଜଗତସିଂହପୁର ଜିଲ୍ଲାରୁ ୧୫ଜଣ, ଯାଜପୁର ଜିଲ୍ଲାରୁ ୪୫ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୨୪ଜଣ, କଳାହାଣ୍ଡି ଜିଲ୍ଲାରୁ ୧୦ଜଣ, କନ୍ଧମାଳ ଜିଲ୍ଲାରୁ ୮ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୨୫ଜଣ, କେନ୍ଦୁଝର ଜିଲ୍ଲାରୁ ୧୬ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୧୦୫ଜଣ, କୋରାପୁଟ ଜିଲ୍ଲାରୁ ୭୧ଜଣ, ମାଲକାନଗିରି ଜିଲ୍ଲାରୁ ୧୨ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୩୪ଜଣ, ନବରଙ୍ଗପୁର ଜିଲ୍ଲାରୁ ୧୧ଜଣ, ନୟାଗଡ଼ ଜିଲ୍ଲାରୁ ୧୯ଜଣ, ନୂଆପଡ଼ା ଜିଲ୍ଲାରୁ ୧୩ଜଣ, ପୁରୀ ଜିଲ୍ଲାରୁ ୧୬ଜଣ, ରାୟଗଡ଼ା ଜିଲ୍ଲାରୁ ୨୯ଜଣ, ସମ୍ବଲପୁର ଜିଲ୍ଲାରୁ ୩୫ଜଣ, ସୋନପୁର ଜିଲ୍ଲାରୁ ୧୮ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୬୨ଜଣ, ଓ ଷ୍ଟେଟ ପୁଲ୍ ରୁ ୨୩ଜଣ ରହିଛନ୍ତି ।

ଏହାକୁ ମିଶାଇ ରାଜ୍ୟରେ ମୋଟ ସଂକ୍ରମିତଙ୍କ ସଂଖ୍ୟା ୧୨୭୮୧୨୧ ଜଣକୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି ।

ଅନ୍ୟ ପକ୍ଷରେ ଗତ ୨୪ ଘଂଟା ମଧ୍ୟରେ ଆଉ ୨୦ ଜଣ କରୋନା ସଂକ୍ରମିତଙ୍କ ମୃତ୍ୟୁ ହୋଇଛି । ମୃତକଙ୍କ ମଧ୍ୟରେ ବାଲେଶ୍ୱର ଜିଲ୍ଲାରୁ ୬ଜଣ, ଯାଜପୁର ଜିଲ୍ଲାରୁ ୪ଜଣ, କଟକ ଓ ପୁରୀ ଜିଲ୍ଲାରୁ ୨ଜଣ ଲେଖାଏଁ ରହିଛନ୍ତି । ସେହିପରି ଭଦ୍ରକ, ଢେଙ୍କାନାଳ, ଜଗତସିଂହପୁର, କେନ୍ଦ୍ରାପଡ଼ା, କେନ୍ଦୁଝର, ଖୋର୍ଦ୍ଧା ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୮୯୦୪କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ଵାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।

ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୨୭୮୧୨୧ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୧୨୫୭୮୪୦ଜଣ ସୁସ୍ଥ ହୋଇଛନ୍ତି । କରୋନାଜନିତ ମୃତ୍ୟୁ ସଂଖ୍ୟା ୮୯୦୪ ରେ ପହଂଚିଥିବାବେଳେ ୫୩ ଜଣ କରୋନା ସଂକ୍ରମିତ ଅନ୍ୟ ରୋଗରେ ମୃତ୍ୟୁ ବରଣ କରିଛନ୍ତି । ଆଉ ୧୧୩୨୪ ଜଣ ସଂକ୍ରମିତ ଚିକିତ୍ସାଧିନ ଅଛନ୍ତି । ଗତକାଲି ସୁଦ୍ଧା ରାଜ୍ୟରେ ୨୮୪୭୮୦୬୬ସାମ୍ପୁଲ ଟେଷ୍ଟ୍ ହୋଇଛି । 

nis-ad
Leave A Reply

Your email address will not be published.