ରାଜ୍ୟରେ ଆଉ ୯୨୫ ଜଣ କରୋନା ପଜିଟିଭ ଚିହ୍ନଟ, ୨୨ ମୃତ

ଭୁବନେଶ୍ବର: ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୯୨୫ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୫୪୨ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ସଂକ୍ରମଣରୁ ୩୮୩ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ଏଥିମଧ୍ୟରୁ ୨୦୩ ଜଣ ୧୮ ବର୍ଷରୁ କମ୍ ବୟସର ଶିଶୁ- କିଶୋର ଥିବା ଜଣାଯାଇଛି। ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୧୫୯ ଜଣ ଆକ୍ରାନ୍ତ ଥିବା ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ତଥ୍ୟ ପ୍ରଦାନ କରାଯାଇଛି।

ଗତ ୨୪ ଘଣ୍ଟା ମଧ୍ୟରେ ଅନୁଗୁଳରୁ ୪୪ ଜଣ, ବାଲେଶ୍ୱରରୁ ୨୨ ଜଣ, ବରଗଡ଼ରୁ ୧୩ ଜଣ, ଭଦ୍ରକରୁ ୧୬ ଜଣ, ବଲାଙ୍ଗୀରରୁ ୨ ଜଣ, ବୌଦ୍ଧ ଜିଲ୍ଲାରୁ ୨୩, କଟକରୁ ୫୨ ଜଣ, ଦେବଗଡ଼ରୁ ୧୭ ଜଣ, ଢେଙ୍କାନାଳରୁ ୧୫ ଜଣ, ଗଜପତିରୁ ୩୮, ଗଞ୍ଜାମରୁ ୨୬ ଜଣ, ଜଗତସିଂହପୁରରୁ ୫୦ ଜଣ, ଯାଜପୁରରୁ ୪୭ ଜଣ, ଝାରସୁଗୁଡ଼ାରୁ ୨୪ ଜଣ, କଳାହାଣ୍ଡିରୁ ୧୦ ଜଣ, କନ୍ଧମାଳରୁ ୫ ଜଣ, କେନ୍ଦ୍ରାପଡ଼ାରୁ ୩୪ ଜଣ, କେଉଁଝରରୁ ୨୦ ଜଣ, ଖୋର୍ଦ୍ଧାରୁ ୧୫୯ ଜଣ, କୋରାପୁଟରୁ ୪୬ ଜଣ, ମାଲକାନଗିରିରୁ ୬ ଜଣ, ମୟୁରଭଞ୍ଜରୁ ୩୧ ଜଣ, ନବରଙ୍ଗପୁରରୁ ୬ ଜଣ, ନୟାଗଡ଼ରୁ ୨୧ ଜଣ, ନୂଆପଡ଼ାରୁ ୮ ଜଣ, ପୁରୀରୁ ୧୩ ଜଣ, ରାୟଗଡ଼ାରୁ ୧୮ ଜଣ, ସମ୍ୱଲପୁରରୁ ୨୯ ଜଣ, ସୋନପୁରରୁ ୧୮, ସୁନ୍ଦରଗଡ଼ରୁ ୮୮ ଜଣ ଓ ଷ୍ଟେଟ ପୁଲରୁ ୨୪ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି।

ଅନ୍ୟ ପକ୍ଷରେ ଗତ ୨୪ ଘଂଟା ମଧ୍ୟରେ ଆଉ ୨୨ ଜଣ କରୋନା ସଂକ୍ରମିତଙ୍କ ମୃତ୍ୟୁ ହୋଇଛି। ମୃତକଙ୍କ ମଧ୍ୟରେ ବାଲେଶ୍ୱରରୁ ୬ଜଣ ରହିଥିବା ବେଳେ ଖୋର୍ଦ୍ଧା ୫ଜଣ ରହିଛନ୍ତି । କଟକ, ଢେଙ୍କାନାଳ ଜିଲ୍ଲାରୁ ୩ଜଣ ଲେଖାଏଁ ରହିଥିବା ବେଳେ ମୟୁରଭଞ୍ଜ ଜିଲ୍ଲାରୁ ୨ଜଣ ରହିଛନ୍ତି । ସେହିପରି ଯାଜପୁର, ଭଦ୍ରକ, ନୟାଗଡ଼ ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି ।ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୮୯୨୬କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ଵାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।

nis-ad
Leave A Reply

Your email address will not be published.