ରାଜ୍ୟରେ ୮୫୨ କରୋନା ପଜିଟିଭ୍ ଚିହ୍ନଟ, ୧୯ ମୃତ

ଭୁବନେଶ୍ବର: ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୮୫୨ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୪୯୫ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ସଂକ୍ରମଣରୁ ୩୫୭ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ଏଥିମଧ୍ୟରୁ ୧୮୧ ଜଣ ୧୮ ବର୍ଷରୁ କମ୍ ବୟସର ଶିଶୁ- କିଶୋର ଥିବା ଜଣାଯାଇଛି। ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୧୧୩ ଜଣ ଆକ୍ରାନ୍ତ ଥିବା ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ତଥ୍ୟ ପ୍ରଦାନ କରାଯାଇଛି।

ଗତ ୨୪ ଘଣ୍ଟା ମଧ୍ୟରେ ଅନୁଗୁଳରୁ ୧୬ ଜଣ, ବାଲେଶ୍ୱରରୁ ୨୫ ଜଣ, ବରଗଡ଼ରୁ ୧୧ ଜଣ, ଭଦ୍ରକରୁ ୧୬ ଜଣ, ବଲାଙ୍ଗୀରରୁ ୭ ଜଣ, ବୌଦ୍ଧ ଜିଲ୍ଲାରୁ ୧୨, କଟକରୁ ୬୪ ଜଣ, ଦେବଗଡ଼ରୁ ୧୭ ଜଣ, ଢେଙ୍କାନାଳରୁ ୧୭ ଜଣ, ଗଜପତିରୁ ୩୩, ଗଞ୍ଜାମରୁ ୯ ଜଣ, ଜଗତସିଂହପୁରରୁ ୨୮ ଜଣ, ଯାଜପୁରରୁ ୪୦ ଜଣ, ଝାରସୁଗୁଡ଼ାରୁ ୧୦ ଜଣ, କଳାହାଣ୍ଡିରୁ ୧୧ ଜଣ, କନ୍ଧମାଳରୁ ୨୬ ଜଣ, କେନ୍ଦ୍ରାପଡ଼ାରୁ ୧୪ ଜଣ, କେଉଁଝରରୁ ୧୫ ଜଣ, ଖୋର୍ଦ୍ଧାରୁ ୧୧୩ ଜଣ, କୋରାପୁଟରୁ ୯୦ ଜଣ, ମାଲକାନଗିରିରୁ ୩ ଜଣ, ମୟୁରଭଞ୍ଜରୁ ୨୬ ଜଣ, ନବରଙ୍ଗପୁରରୁ ୨୦, ନୟାଗଡ଼ରୁ ୧୭ ଜଣ, ନୂଆପଡ଼ାରୁ ୨୫ ଜଣ, ପୁରୀରୁ ୧୧ ଜଣ, ରାୟଗଡ଼ାରୁ ୧୩ ଜଣ, ସମ୍ୱଲପୁରରୁ ୩୯ ଜଣ, ସୋନପୁରରୁ ୧୦, ସୁନ୍ଦରଗଡ଼ରୁ ୮୯ ଜଣ ଓ ଷ୍ଟେଟ ପୁଲରୁ ୨୫ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି।

ତେବେ ରାଜ୍ୟରେ ଆଉ ୧୯ ଜଣଙ୍କ ଜୀବନ ନେଲା କରୋନା । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୮୯୪୫କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ଵାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।
ମୃତକଙ୍କ ମଧ୍ୟରେ ବାଲେଶ୍ୱର ଜିଲ୍ଲାରୁ ୬ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୫ଜଣ, ନୂଆପଡ଼ା ଜିଲ୍ଲାରୁ ୩ଜଣ ରହିଥିବା ବେଳେ କେନ୍ଦ୍ରାପଡ଼ା, କେନ୍ଦୁଝର, ସୋନପୁର, ନୟାଗଡ଼, ଗଞ୍ଜାମ ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି ।

nis-ad
Leave A Reply

Your email address will not be published.