ରାଜ୍ୟରେ ଆଉ ୮୮୬ ଜଣ କରୋନା ସଂକ୍ରମିତ ଚିହ୍ନଟ, ୧୬ ମୃତ

ଭୁବନେଶ୍ୱର: ଗତ ୨୪ ଘଣ୍ଟା ମଧ୍ୟରେ ଓଡ଼ିଶା ରେ ଆଉ ୮୮୬ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୫୧୬ ଜଣ କ୍ୱାରେଣ୍ଟାଇନ୍ ରୁ ରହିଥିବା ବେଳେ ୩୭୦ ଜଣ ସ୍ଥାନୀୟ ସଂକ୍ରମିତ । ସେହିପରି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍ ବୟସର ୧୬୧ଜଣ ଶିଶୁ ସଂକ୍ରମିତ ହୋଇଛନ୍ତି ।ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରେ ଅନୁଗୁଳ ଜିଲ୍ଲାରୁ ୧୪ଜଣ, ବାଲେଶ୍ୱର ଜିଲ୍ଲାରୁ ୩୬ଜଣ, ବରଗଡ଼ ଜିଲ୍ଲାରୁ ୧୦ଜଣ, ଭଦ୍ରକ ଜିଲ୍ଲାରୁ ୧୧ଜଣ, ବଲାଙ୍ଗୀର ଜିଲ୍ଲାରୁ ୧୩ଜଣ, ବୌଦ୍ଧ ଜିଲ୍ଲାରୁ ୫ଜଣ, କଟକ ଜିଲ୍ଲାରୁ ୪୦ଜଣ, ଦେଓଗଡ଼ ଜିଲ୍ଲାରୁ ୧୫ଜଣ, ଢେଙ୍କାନାଳ ଜିଲ୍ଲାରୁ ୧୦ଜଣ, ଗଜପତି ଜିଲ୍ଲାରୁ ୨୩ଜଣ, ଗଞ୍ଜାମ ଜିଲ୍ଲାରୁ ୧୬ଜଣ, ଜଗତସିଂହପୁର ଜିଲ୍ଲାରୁ ୧୪ଜଣ, ଯାଜପୁର ଜିଲ୍ଲାରୁ ୩୨ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୨୦ଜଣ, କଳାହାଣ୍ଡି ଜିଲ୍ଲାରୁ ୧୨ଜଣ, କନ୍ଧମାଳ ଜିଲ୍ଲାରୁ ୨୫ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୧୮ଜଣ, କେନ୍ଦୁଝର ଜିଲ୍ଲାରୁ ୧୦ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୮୬ଜଣ, କୋରାପୁଟ ଜିଲ୍ଲାରୁ ୬୬ଜଣ, ମାଲକାନଗିରି ଜିଲ୍ଲାରୁ ୩ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୨୩ଜଣ, ନବରଙ୍ଗପୁର ଜିଲ୍ଲାରୁ ୧୩ଜଣ, ନୟାଗଡ଼ ଜିଲ୍ଲାରୁ ୨୦ଜଣ, ନୂଆପଡ଼ା ଜିଲ୍ଲାରୁ ୧୯ଜଣ, ପୁରୀ ଜିଲ୍ଲାରୁ ୮ଜଣ, ରାୟଗଡ଼ା ଜିଲ୍ଲାରୁ ୨୨ଜଣ, ସମ୍ବଲପୁର ଜିଲ୍ଲାରୁ ୧୭୯ଜଣ, ସୋନପୁର ଜିଲ୍ଲାରୁ ୨୫ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୭୯ଜଣ, ଷ୍ଟେଟ ପୁଲ୍ ରୁ ୧୯ଜଣ ରହିଛନ୍ତି ।

ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୨୮୦୭୮୪ ଜଣକୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟର ରେ ସୂଚନା ଦିଆଯାଇଛି ।

ଅନ୍ୟ ପକ୍ଷରେ ଗତ ୨୪ ଘଂଟା ମଧ୍ୟରେ ଆଉ ୧୬ ଜଣ କରୋନା ସଂକ୍ରମିତଙ୍କର ମୃତ୍ୟୁ ହୋଇଛି । ମୃତକଙ୍କ ମଧ୍ୟରେ ଖୋର୍ଦ୍ଧାରୁ ୭ ଜଣ ରହିଥିବା ବେଳେ ଭଦ୍ରକ, କଟକ, ଢ଼େଙ୍କାନାଳ ଓ କେନ୍ଦୁଝର ଜିଲ୍ଲାରୁ ୨ ଜଣ ଲେଖାଏଁ ରହିଛନ୍ତି । ସେହିପରି ବଲାଙ୍ଗୀର ଜଣେ ଆକ୍ରାନ୍ତଙ୍କ କରୋନାରେ ମୃତ୍ୟୁ ଘଟିଛି।ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୮୯୬୧କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ଵାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।

ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୨୮୦୭୮୪ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୧୨୬୩୧୦୬ଜଣ ସୁସ୍ଥ ହୋଇଛନ୍ତି । କରୋନାଜନିତ ମୃତ୍ୟୁ ସଂଖ୍ୟା ୮୯୬୧ରେ ପହଂଚିଥିବାବେଳେ ୫୩ ଜଣ କରୋନା ସଂକ୍ରମିତ ଅନ୍ୟ ରୋଗରେ ମୃତ୍ୟୁ ବରଣ କରିଛନ୍ତି । ଆଉ ୮୬୬୪ ଜଣ ସକ୍ରୀୟ ସଂକ୍ରମିତ ଚିକିତ୍ସାଧିନ ଅଛନ୍ତି । ଗତକାଲି ସୁଦ୍ଧା ରାଜ୍ୟରେ ୨୮୬୫୬୭୬୧ସାମ୍ପୁଲ ଟେଷ୍ଟ୍ ହୋଇଛି । 

nis-ad
Leave A Reply

Your email address will not be published.