ସାମ୍ବାଦିକଙ୍କୁ ଆକ୍ରମଣ ଘଟଣାରେ ନିର୍ବାଚନ କମିଶନଙ୍କୁ ଭେଟିଲେ ବରିଷ୍ଠ ସାମ୍ବାଦିକ

ଭୁବନେଶ୍ୱର: ସାମ୍ବାଦିକଙ୍କ ଉପରେ ଆକ୍ରମଣ ନେଇ ନିର୍ବାଚନ କମିଶନଙ୍କୁ ଭେଟିଲେ ରାଜ୍ୟର ବରିଷ୍ଠ ସାମ୍ବାଦିକ । ସାମ୍ବାଦିକଙ୍କୁ ସୁରକ୍ଷା ଦିଅ, ଦୋଷୀଙ୍କ ଉପରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ନିଅ । ରାଜ୍ୟର ବିଭିନ୍ନ ସ୍ଥାନରେ ନିର୍ବାଚନୀ ହିଂସା ଦେଖା ଦେଇଛି । ଏହାରି ମଧ୍ୟରେ ବିଭିନ୍ନ ବୁଥରେ ସାମ୍ବାଦିକଙ୍କୁ ସଂଘବଦ୍ଧ ଆକ୍ରମଣ ହୋଇଛି ।

ଆକ୍ରମଣକାରୀଙ୍କ ଉପରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବା ପାଇଁ ଦାବି କରିଛନ୍ତି ସାମ୍ବାଦିକ ପ୍ରତିନିଧି ମଣ୍ଡଳୀ । ଆକ୍ରମଣକାରୀଙ୍କ ଗିରଫ କରିବା ସହ ସେମାନଙ୍କ ବିରୋଧରେ ମାମଲା ରୁଜୁ କରିବା ପାଇଁ ଦାବି କରିଛନ୍ତି ବରିଷ୍ଠ ସାମ୍ବାଦିକ ।

ଯାଜପୁର, ନୟାଗଡ଼ ଏବଂ କଣାସ ପରି ଅନେକ ପଞ୍ଚାୟତ ଭୋଟ ଗ୍ରହଣ ବେଳେ ସାମ୍ବାଦିକଙ୍କୁ ମରଣାନ୍ତକ ଆକ୍ରମଣ ହୋଇଛି । ଏହାକୁ ନେଇ ଆଜି ବିଭିନ୍ନ ଗଣମାଧ୍ୟମର ସମ୍ପାଦକ ଓ ବରିଷ୍ଠ ସାମ୍ବାଦିକମାନେ ରାଜ୍ୟ ନିର୍ବାଚନ କମିଶନଙ୍କୁ ଭେଟି ଉଦବେଗ ପ୍ରକାଶ କରିଥିଲେ ।

ଅନ୍ୟପଟେ ରାଜ୍ୟ ନିର୍ବାଚନ କମିଶନ ସମ୍ପୃକ୍ତ ଜିଲ୍ଲାର ଅଧିକାରୀଙ୍କ ସହ ଆଲୋଚନା କରି ଦୃଢ କାର୍ଯ୍ୟାନୁଷ୍ଠାନ ନେବାକୁ ପ୍ରତିଶ୍ରୁତି ଦେଇଛନ୍ତି ।

nis-ad
Leave A Reply

Your email address will not be published.