ସାମ୍ବାଦିକଙ୍କୁ ଆକ୍ରମଣ ଘଟଣାରେ ୩୨ ଜଣଙ୍କୁ ବାନ୍ଧିଲା ପୁଲିସ

ଯାଜପୁର: ବିଞ୍ଝାରପୁର ବ୍ଲକ୍‌ ବାଚ୍ଛଳ ପଞ୍ଚାୟତରେ ସାମ୍ବାଦିକଙ୍କୁ ଆକ୍ରମଣ ଘଟଣାରେ ପୁଲିସର କାର୍ଯ୍ୟାନୁଷ୍ଠାନ । ସାମ୍ବାଦିକଙ୍କୁ ଆକ୍ରମଣ ଘଟଣାରେ ବର୍ତ୍ତମାନ ସୁଦ୍ଧା ୩୨ ଜଣଙ୍କୁ ଉଠାଇ ନେଇଛି ବିଞ୍ଝାରପୁର ପୁଲିସ । ଏହା ପରେ ବାଛୋଳ ପଞ୍ଚାୟତରେ ପୁଲିସ ଫ୍ଲାଗ ମାର୍ଚ କରିଛି। ଆଜି ତୃତୀୟ ପର୍ଯ୍ୟାୟ ପଞ୍ଚାୟତ ନିର୍ବାଚନ ବେଳେ ସାମ୍ବାଦିକ ମାନଙ୍କ ଉପରେ ହୋଇଥିଲା ଆକ୍ରମଣ ।

ଅଟକ ସନ୍ଧିଗ୍ଧ ଅଭିଯୁକ୍ତଙ୍କ ମଧ୍ୟରେ ୫ ଜଣ ମହିଳା ମଧ୍ୟ ରହିଥିବା ସୂଚନା ମିଳିଛି। ଏହା ସହିତ ଘଟଣା‌ରେ ଆଉ କିଏ କିଏ ସଂପୃକ୍ତ ଅଛନ୍ତି ସେ ନେଇ ଛାନ୍‌ଭିନ୍ ଚଳାଇଛି ପୁଲିସ। ବିଞ୍ଝାରପୁର ଥାନାରେ ପହଞ୍ଚିି କେନ୍ଦ୍ରାଞ୍ଚଳ ଆଇଜି ନରସିଂହ ଭୋଳ ମଧ୍ୟ ଘଟଣା ଉପରେ ଅଧିକ ତଥ୍ୟ ସଂଗ୍ରହ କରୁଛନ୍ତି।

ବିଞ୍ଝାରପୁରର ବାଛୋଳ ପଞ୍ଚାୟତର ୨ ନମ୍ବର ବୁଥ୍‌ ରିଗିଂ ଉଦ୍ୟମ ହେଉଥିବା ଖବର ପାଇଁ କିଛି ଗଣମାଧ୍ୟମ ପ୍ରତିନିଧି ସେଠାରେ ଖବର ସଂଗ୍ରହ ପାଇଁ ପହଞ୍ଚିଥିଲେ। ତେବେ ସେଠାରେ ସେମାନଙ୍କୁ କିଛି ଦୁର୍ବୃତ୍ତ ନିସ୍ତୁକ ପିଟି ଥିଲେ। ଏମିତିକି ସେମାନଙ୍କ ଗାଡ଼ି ମଧ୍ୟ ଭଙ୍ଗାରୁଜା କରିଥିଲେ। ଏହା ପରେ ସାମ୍ବାଦିକଙ୍କୁ ମାଡ଼ ଘଟଣାରେ ରାଜ୍ୟ ନିର୍ବାଚନ କମିଶନଙ୍କୁ ଭେଟିଥିଲେ ସାମ୍ବାଦିକ ପ୍ରତିନିଧି ମଣ୍ଡଳୀ। ଦୁର୍ବୃତ୍ତଙ୍କୁ ତୁରନ୍ତ ଗିରଫ ଓ କଡ଼ା କାର୍ଯ୍ୟାନୁଷ୍ଠାନ ଦାବି କରିଥିଲେ । ନିର୍ବାଚନ କର୍ମଚାରୀଙ୍କୁ ଆକ୍ରମଣ ବେଳେ ଯେଉଁ ଦଫା ଲାଗୁଛି ସେହି ଦଫା ଲାଗୁ ବୋଲି ଦାବି ମଧ୍ୟ କରାଯାଇଥିଲା। ସାମ୍ବାଦିକମାନଙ୍କର ଏହି ଦଳ ରାଜ୍ୟ ନିର୍ବାଚନ ଆୟୋଗକୁ ତୁରନ୍ତ ଆଜି ସନ୍ଧ୍ୟା ସୁଦ୍ଧା ସମସ୍ତ ଅଭିଯୁକ୍ତଙ୍କୁ କଠୋର କାର୍ଯ୍ୟାନୁଷ୍ଠାନ ଏବଂ ଗିରଫ ଦାବି କରିଥିଲେ।

ରାଜ୍ୟ ମୁଖ୍ୟ ନିର୍ବାଚନ କମିସନଙ୍କୁ ବିଭିନ୍ନ ଗଣମାଧ୍ୟମ ସଂସ୍ଥାର ସମ୍ପାଦକ ଭେଟି କାର୍ଯ୍ୟାନୁଷ୍ଠାନ ନେବାକୁ ଦାବି କରିବା ପରେ ତୁରନ୍ତ ଆକ୍ସନ ନେବାକୁ ଡିଜିପିଙ୍କୁ ନିର୍ଦେଶ ଦେଇଥିଲେ ମୁଖ୍ୟ ନିର୍ବାଚନ କମିସନର ଆଦିତ୍ୟ ପାଢୀ ।ଡିଜିପିଙ୍କ ନିର୍ଦେଶ ପରେ ବିଞ୍ଝାରପୁର ବାଛୋଳ ଗାଁରେ ୫ଟି ଥାନାର ଥାନାଧିକାରୀଙ୍କ ନେତୃତ୍ବରେ ଏକକାଳୀନ ଚଢାଉ କରାଯାଇଥିଲା। ଚଢାଉ ବେଳେ କାର୍ଯ୍ୟରତ ସାମ୍ବାଦିକଙ୍କୁ ଆକ୍ରମଣ ଘଟଣାରେ ୩୨ ଜଣଙ୍କୁ ଅଟକ ରଖିଛି ବିଞ୍ଝାରପୁର ପୁଲିସ।

nis-ad
Leave A Reply

Your email address will not be published.