ପୂର୍ବତନ ମୁଖ୍ୟମନ୍ତ୍ରୀ ହେମାନନ୍ଦ ବିଶ୍ୱାଳ ଅସୁସ୍ଥ, ଡାକ୍ତରଖାନାରେ ଭର୍ତ୍ତି

ଭୁବନେଶ୍ୱର : ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା କଂଗ୍ରେସର ବରିଷ୍ଠ ନେତା ହେମାନନ୍ଦ ବିଶ୍ୱାଳ ଅସୁସ୍ଥ । ୧୫ଦିନ ତଳେ ଶ୍ରୀ ବିଶ୍ୱାଳ ଝାରସୁଗୁଡ଼ାର ନିଜ ଗାଁ ଠାକୁରପଡ଼ାରେ ପ୍ରାତଃ ଭ୍ରମଣ କରୁଥିଲା ବେଳେ ତଳେ ପଡ଼ିଯାଇଥିଲେ । ସେତେବେଳେ ସ୍ଥାନୀୟ ଡାକ୍ତରଖାନାରେ ଚିକିତ୍ସିତ ହୋଇ ଘରକୁ ଫେରିଥିଲେ । କିନ୍ତୁ ପରେ ତାଙ୍କୁ ଜ୍ୱର ହୋଇଥିଲା ଓ ସେ ଅତ୍ୟନ୍ତ ଦୁର୍ବଳ ଅନୁଭବ କରିଥିଲେ ।

ପରେ ତାଙ୍କୁ ଭୁବନେଶ୍ୱର ଅଣାଯାଇ ଏକ ଘରୋଇ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା । ଏବେ ସେ ଚିକିତ୍ସାଧୀନ ରହିଥିବା ପରିବାର ସୂତ୍ରରୁ ସୂଚନା ମିଳିଛି ।

nis-ad
Leave A Reply

Your email address will not be published.