ଆଜି ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ୧୦୬ତମ ଜନ୍ମ ଜୟନ୍ତୀ

ଭୁବନେଶ୍ୱର: ଆଜି ହେଉଛି ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କର ୧୦୬ତମ ଜନ୍ମ ଜୟନ୍ତୀ । ସାରା ରାଜ୍ୟରେ ନିରାଡମ୍ବରରେ ପାଳନ ହେଉଛି ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କର ୧୦୬ତମ ଜନ୍ମ ଜୟନ୍ତୀ । ପ୍ରତି ନିର୍ବାଚନ ମଣ୍ଡଳୀରେ ବିଜୁ ବାବୁଙ୍କ ଜନ୍ମ ଜୟନ୍ତୀଙ୍କୁ ନିରାଡମ୍ବର ଭାବେ ପାଳନ କରାଯାଉଛି । ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶ ଅନୁସାରେ ପ୍ରତି ନିର୍ବାଚନ ମଣ୍ଡଳୀରେ ସାଧାରଣ ସଭା ଆୟୋଜନ କରାଯାଇ ବିଜୁ ବାବୁଙ୍କ ନୀତି ଓ ଆଦର୍ଶରେ ପରିଚାଳିତ ବିଜେଡିର ସଫଳ ଯାତ୍ରା ସମ୍ପର୍କରେ ଆଲୋଚନା କରାଯାଉଛି ।

ଓଡ଼ିଶାର ପୂର୍ବତନ ମୁଖ୍ୟମନ୍ତ୍ରୀ ବିଜୁ ପଟ୍ଟନାୟକଙ୍କ ୧୦୬ତମ ଜନ୍ମ ଜୟନ୍ତୀ ଅବସରରେ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରିଛଡ଼୍ତି ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ୍ । ଆଜି ପ୍ରବାଦ ପୁରୁଷ ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ବିଜୁ ପଟ୍ଟନାୟକଙ୍କ ୧୦୬ତମ ଜନ୍ମ ଜୟନ୍ତି । ଏହି ଅବସରରେ ଟଲ୍ ମ୍ୟାନ୍‌ଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି ମହାମହିମ ରାଜ୍ୟପାଳ ପ୍ରଫେସର ଗଣେଶି ଲାଲ । ଟ୍ବିଟ୍ କରି ବିଜୁ ପଟ୍ଟନାୟକଙ୍କ ଜନ୍ମଜୟନ୍ତୀରେ ବିନମ୍ର ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି ।

ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ଜୟନ୍ତୀ ଅବସରରେ ଟ୍ୱିଟ୍ କରି ଶ୍ରଦ୍ଧାଞ୍ଜଳି ଜ୍ଞାପନ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଟ୍ୱିଟ୍ କରି ଲେଖିଛନ୍ତି କି ଲୋକଙ୍କ କଲ୍ୟାଣ ଓ ଉନ୍ନତି ପାଇଁ ବିଜୁବାବୁ ଆଙ୍କିଥିଲେ ବିକାଶର ବିସ୍ତୃତ ନକ୍ସା । ତାଙ୍କର ପ୍ରତିଟି କାମ ଥିଲା ଓଡ଼ିଆ ଜାତିର ସ୍ୱାଭିମାନ ଓ ଗୌରବ ପାଇଁ । ତାଙ୍କ ନୀତିଆଦର୍ଶରେ ଅନୁପ୍ରାଣିତ ହୋଇ ଓଡ଼ିଶା ଏବେ ଅନେକ କ୍ଷେତ୍ରରେ ଅଗ୍ରଣୀ ହୋଇଛି । ସେହି ବିକାଶ ପୁରୁଷଙ୍କ ଜୟନ୍ତୀରେ ତାଙ୍କ ଅବଦାନକୁ ସ୍ମରଣ କରିବା ସହ ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ।

ଲୋକଙ୍କ କଲ୍ୟାଣ ଓ ଉନ୍ନତି ପାଇଁ ବିଜୁବାବୁ ଆଙ୍କିଥିଲେ ବିକାଶର ବିସ୍ତୃତ ନକ୍ସା। ତାଙ୍କର ପ୍ରତିଟି କାମ ଥିଲା ଓଡ଼ିଆ ଜାତିର ସ୍ୱାଭିମାନ ଓ ଗୌରବ ପାଇଁ। ତାଙ୍କ ନୀତିଆଦର୍ଶରେ ଅନୁପ୍ରାଣିତ ହୋଇ ଓଡ଼ିଶା ଏବେ ଅନେକ କ୍ଷେତ୍ରରେ ଅଗ୍ରଣୀ ହୋଇଛି। ସେହି ବିକାଶ ପୁରୁଷଙ୍କ ଜୟନ୍ତୀରେ ତାଙ୍କ ଅବଦାନକୁ ସ୍ମରଣ କରିବା ସହ ଶ୍ରଦ୍ଧାଞ୍ଜଳି ଜଣାଉଛି। 

ସେହିପରି ବିଜୁବାବୁଙ୍କ ୧୦୬ତମ ଜୟନ୍ତୀ ଅବସରରେ ଟ୍ୱିଟ୍ କରି ଶ୍ରଦ୍ଧାଞ୍ଜଳି ଜ୍ଞାପନ କରିଛନ୍ତି ବିଜେଡି ସାଂଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ୍ । ମହାନ ସ୍ୱାଧୀନତା ସଂଗ୍ରାମୀ, ଲୋକପ୍ରିୟ ରାଷ୍ଟ୍ରନେତା ତଥା ଓଡ଼ିଶାର ପୂର୍ବତନ ମୁଖ୍ୟମନ୍ତ୍ରୀ ବିଜୁ ପଟ୍ଟନାୟକଙ୍କ ଜୟନ୍ତୀରେ ଗଭୀର ଶ୍ରଦ୍ଧାଞ୍ଜଳି ଅର୍ପଣ କରୁଛି । ଆସନ୍ତୁ ବିଜୁ ବାବୁଙ୍କ ନୀତି ଓ ଆଦର୍ଶରେ ଅନୁପ୍ରାଣିତ ହୋଇ ଏକ ସମୃଦ୍ଧ ଓଡ଼ିଶା ଗଠନ କରିବା ଦିଗରେ ଏକଜୁଟ ହୋଇ କାମ କରିବା ବୋଲି ଟ୍ୱିଟ୍ କରି କହିଛନ୍ତି ପ୍ରଣବ ପ୍ରକାଶ ଦାସ ।

ମହାନ ସ୍ୱାଧୀନତା ସଂଗ୍ରାମୀ, ଲୋକପ୍ରିୟ ରାଷ୍ଟ୍ରନେତା ତଥା ଓଡ଼ିଶାର ପୂର୍ବତନ ମୁଖ୍ୟମନ୍ତ୍ରୀ ବିଜୁ ପଟ୍ଟନାୟକଙ୍କ ଜୟନ୍ତୀରେ ଗଭୀର ଶ୍ରଦ୍ଧାଞ୍ଜଳି ଅର୍ପଣ କରୁଛି। ଆସନ୍ତୁ ବିଜୁ ବାବୁଙ୍କ ନୀତି ଓ ଆଦର୍ଶରେ ଅନୁପ୍ରାଣିତ ହୋଇ ଏକ ସମୃଦ୍ଧ ଓଡ଼ିଶା ଗଠନ କରିବା ଦିଗରେ ଏକଜୁଟ ହୋଇ କାମ କରିବା।

nis-ad
Leave A Reply

Your email address will not be published.