ରାଜ୍ୟରେ ୧୨୯ ଜଣ କରୋନା ସଂକ୍ରମିତ ଚିହ୍ନଟ, ୩ ଜଣ ସଂକ୍ରମିତଙ୍କ ମୃତ୍ୟୁ

ଭୁବନେଶ୍ୱର: ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୧୨୯ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୭୫ ଜଣ କ୍ୱାରେଣ୍ଟାଇନ୍ ରୁ ରହିଥିବା ବେଳେ ୫୪ ଜଣ ସ୍ଥାନୀୟ ସଂକ୍ରମିତ । ସେହିପରି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍ ବୟସର ୩୯ ଜଣ ଶିଶୁ ରହିଛନ୍ତି ।

ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ବାଲେଶ୍ୱର ଜିଲ୍ଲାରୁ ୧୦ଜଣ, ଭଦ୍ରକ ଜିଲ୍ଲାରୁ ୨ଜଣ, ବଲାଙ୍ଗୀର ଜିଲ୍ଲାରୁ ଜଣେ, କଟକ ଜିଲ୍ଲାରୁ ୨ଜଣ, ଦେଓଗଡ଼ ଜିଲ୍ଲାରୁ ଜଣେ, ଗଜପତି ଜିଲ୍ଲାରୁ ୨୦ଜଣ, ଗଞ୍ଜାମ ଜିଲ୍ଲାରୁ ଜଣେ, ଜଗତସିଂହପୁର ଜିଲ୍ଲାରୁ ଜଣେ, ଯାଜପୁର ଜିଲ୍ଲାରୁ ଜଣେ, ଝାରସୁଗୁଡ଼ା ଜିଲ୍ଲାରୁ ୯ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୮ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୧୪ଜଣ, କୋରାପୁଟ ଜିଲ୍ଲାରୁ ୨ଜଣ, ମାଲକାନଗିରି ଜିଲ୍ଲାରୁ ଜଣେ, ମୟୁରଭଞ୍ଜ ଜିଲ୍ଲାରୁ ୮ଜଣ, ପୁରୀ ଜିଲ୍ଲାରୁ ୨ଜଣ, ସମ୍ବଲପୁର ଜିଲ୍ଲାରୁ ୧୮ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୨୫ଜଣ, ଷ୍ଟେଟ ପୁଲ୍ ରୁ ୩ଜଣ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ ସଂକ୍ରମିତଙ୍କ ସଂଖ୍ୟା ୧୨୮୫୮୮୯ଜଣକୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟର ରେ ସୂଚନା ଦିଆଯାଇଛି ।

ଅନ୍ୟ ପକ୍ଷରେ ଗତ ୨୪ ଘଂଟା ମଧ୍ୟରେ ୩ ଜଣ କରୋନା ସଂକ୍ରମିତଙ୍କ କରୋନାରେ ମୃତ୍ୟୁ ହୋଇଛି । ସମସ୍ତ ମୃତକ କନ୍ଧମାଳ ଜିଲାର । ଜଣେ ମହିଳା ଓ ଅନ୍ୟ ୨ ଜଣ ପୁରୁଷ । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୯୧୦୧କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ଵାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।
ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୨୮୫୮୮୯ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୧୨୭୫୨୨୮ଜଣ ସୁସ୍ଥ ହୋଇଛନ୍ତି । କରୋନାଜନିତ ମୃତ୍ୟୁ ସଂଖ୍ୟା ୯୧୦୧କୁ ବୃଦ୍ଧି ପାଇଥିବାବେଳେ ୫୩ ଜଣ କରୋନା ସଂକ୍ରମିତ ଅନ୍ୟ ରୋଗରେ ମୃତ୍ୟୁ ବରଣ କରିଛନ୍ତି । ଆଉ ୧୫୦୭ଜଣ ସକ୍ରୀୟ ସଂକ୍ରମିତ ଚିକିତ୍ସାଧିନ ଅଛନ୍ତି । ଗତକାଲି ସୁଦ୍ଧା ରାଜ୍ୟରେ ୨୯୫୫୦୪୫୨ସାମ୍ପୁଲ ଟେଷ୍ଟ୍ ହୋଇଛି ।

nis-ad
Leave A Reply

Your email address will not be published.