ରାଜ୍ୟରେ ଆଉ ୧୨୮ ଜଣ କରୋନା ସଂକ୍ରମିତ ଚିହ୍ନଟ, ଜଣେ ମୃତ

ଭୁବନେଶ୍ୱର: ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୧୨୮ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୭୫ ଜଣ କ୍ୱାରେଣ୍ଟାଇନ୍ ରୁ ରହିଥିବା ବେଳେ ୫୩ ଜଣ ସ୍ଥାନୀୟ ସଂକ୍ରମିତ । ସେହିପରି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍ ବୟସର ୨୫ ଜଣ ଶିଶୁ ରହିଛନ୍ତି ।ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ୪ଜଣ, ବାଲେଶ୍ୱର ଜିଲ୍ଲାରୁ ୭ଜଣ, ବରଗଡ଼ ଜିଲ୍ଲାରୁ ୨ଜଣ, ଭଦ୍ରକ ଜିଲ୍ଲାରୁ ଜଣେ, ବଲାଙ୍ଗୀର ଜିଲ୍ଲାରୁ ୯ଜଣ, ବୌଦ୍ଧ ଜିଲ୍ଲାରୁ ଜଣେ, କଟକ ଜିଲ୍ଲାରୁ ୨ଜଣ, ଦେଓଗଡ଼ ଜିଲ୍ଲାରୁ ଜଣେ, ଢେଙ୍କାନାଳ ଜିଲ୍ଲାରୁ ଜଣେ, ଗଜପତି ଜିଲ୍ଲାରୁ ୧୮ଜଣ, ଗଞ୍ଜାମ ଜିଲ୍ଲାରୁ ୩ଜଣ, ଜଗତସିଂହପୁର ଜିଲ୍ଲାରୁ ଜଣେ, ଯାଜପୁର ଜିଲ୍ଲାରୁ ୪ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୩ଜଣ, କଳାହାଣ୍ଡି ଜିଲ୍ଲାରୁ ଜଣେ, କନ୍ଧମାଳ ଜିଲ୍ଲାରୁ ଜଣେ, କେନ୍ଦ୍ରାପଡ଼ା ଜିଲ୍ଲାରୁ ଜଣେ, ଖୋର୍ଦ୍ଧା ଜିଲ୍ଲାରୁ ୧୬ଜଣ, କୋରାପୁଟ ଜିଲ୍ଲାରୁ ୨ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୧୧ଜଣ, ନବରଙ୍ଗପୁର ଜିଲ୍ଲାରୁ ୧୪ଜଣ, ନୂଆପଡା ଜିଲ୍ଲାରୁ ଜଣେ, ସମ୍ବଲପୁର ଜିଲ୍ଲାରୁ ୯ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୧୨ଜଣ, ଷ୍ଟେଟ ପୁଲ୍ ରୁ ୩ଜଣ ରହିଛନ୍ତି ।

ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୨୮୬୨୪୫ଜଣକୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି ।
ଅନ୍ୟ ପକ୍ଷରେ ଗତ ୨୪ ଘଂଟା ମଧ୍ୟରେ ଆଉ ଜଣେ କରୋନା ସଂକ୍ରମିତଙ୍କ ମୃତ୍ୟୁ ହୋଇଛି । ମୃତକ ଜଣକ ପୁରୀ ଜିଲ୍ଲାର ବୋଲି ଜଣାପଡିଛି ।ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୯୧୦୨କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ଵାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।
ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୨୮୬୨୪୫ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୧୨୭୫୯୮୦ଜଣ ସୁସ୍ଥ ହୋଇଛନ୍ତି । କରୋନାଜନିତ ମୃତ୍ୟୁ ସଂଖ୍ୟା ୯୧୦୨କୁ ବୃଦ୍ଧି ପାଇଥିଲାବେଳେ ୫୩ ଜଣ କରୋନା ସଂକ୍ରମିତ ଅନ୍ୟ ରୋଗରେ ମୃତ୍ୟୁ ବରଣ କରିଛନ୍ତି । ଆଉ ୧୧୧୦ ଜଣ ସକ୍ରୀୟ ସଂକ୍ରମିତ ଚିକିତ୍ସାଧିନ ଅଛନ୍ତି । ଗତକାଲି ସୁଦ୍ଧା ରାଜ୍ୟରେ ୨୯୬୮୬୫୩୬ସାମ୍ପୁଲ ଟେଷ୍ଟ୍ ହୋଇଛି ।

nis-ad
Leave A Reply

Your email address will not be published.