ଆସନ୍ତାକାଲିଠାରୁ ପରୋକ୍ଷ ନିର୍ବାଚନ ପ୍ରକ୍ରିୟା ଆରମ୍ଭ: ୧୨ରେ ବ୍ଲକ ଅଧ୍ୟକ୍ଷ ଓ ୧୩ରେ ଜିଲ୍ଲା ପରିଷଦ ଅଧ୍ୟକ୍ଷ ନିର୍ବାଚନ

ଭୁବନେଶ୍ବର: ରାଜ୍ୟରେ ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ସଂପର୍କରେ ରାଜ୍ୟ ନିର୍ବାଚନ କମିସନଙ୍କ ସଚିବ ରବୀନ୍ଦ୍ର ନାଥ ସାହୁ ସୂଚନା ଦେଇଛନ୍ତି। ସେ କହିଛନ୍ତି, ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ପାଇଁ ଆସନ୍ତାକାଲିଠୁ ପରୋକ୍ଷ ନିର୍ବାଚନ ପ୍ରକ୍ରିୟା ଆରମ୍ଭ ହେବାକୁ ଯାଉଛି। ଆସନ୍ତାକାଲି ନାଏବ ସରପଞ୍ଚ ପାଇଁ ନିର୍ବାଚନ ହେବ।

୧୨ ତାରିଖରେ ବ୍ଲକ ଅଧ୍ୟକ୍ଷ ନିର୍ବାଚନ ଓ ୧୩ ତାରିଖରେ ଜିଲ୍ଲା ପରିଷଦ ଅଧ୍ୟକ୍ଷ ନିର୍ବାଚନ ହେବ। ଯେଉଁ ଗ୍ରାମପଞ୍ଚାୟତରେ ସରପଞ୍ଚ ଏବଂ ଅଧାରୁ ଅଧିକ ୱାର୍ଡ ମେମ୍ବର ନିର୍ବାଚିତ ହୋଇଛନ୍ତି, ସେହିଠାରେ ନାଏବ ସରପଞ୍ଚ ନିର୍ବାଚନ ହେବ।

ରାଜ୍ୟ ନିର୍ବାଚନ କମିସନଙ୍କ ସଚିବ ଆହୁରି ମଧ୍ୟ କହିଛନ୍ତି, ଏହି ନିର୍ବାଚନ ପ୍ରକ୍ରିୟାରେ କୋରମର ବ୍ୟବସ୍ଥା ରହିଛି। ନାଏବ ସରପଞ୍ଚ ପାଇଁ ଦିନ ୧୦ଟାରୁ ୧୧ଟା ଭିତରେ ପ୍ରାର୍ଥୀପତ୍ର ଦଖଲ କରିବେ। ଜଣେ ସରପଞ୍ଚ ପୁରୁଷ ଥିଲେ ନାଏବ ସରପଞ୍ଚ ମହିଳା ହେବେ। ସରପଞ୍ଚ ମହିଳା ଥିଲେ ନାଏବ ସରପଞ୍ଚ ମହିଳା ରହିପାରିବେ। ବ୍ଲକ ଅଧ୍ୟକ୍ଷ ପାଇଁ ପ୍ରାର୍ଥୀପତ୍ର ସାଢ଼େ ୧୦ଟାରୁ ସାଢ଼େ ୧୧ଟା ଭିତରେ ଦାଖଲ କରିବେ। ସାଢ଼େ ୧୧ଟାରୁ ସାଢ଼େ ୧୨ଟା ଭିତରେ ପ୍ରାର୍ଥୀପତ୍ର ପ୍ରତ୍ୟାହାର କରିବେ। ସାଢ଼େ ୧୨ଟା ପରେ ଭୋଟ ହେବ। ଜିଲ୍ଲା ପରିଷଦ ସଭାପତି ନିର୍ବାଚନ ବେଳେ ଦଳବଦଳ ନିରୋଧ ଆଇନ ଲାଗୁ ହେବ।

nis-ad
Leave A Reply

Your email address will not be published.