ରାଜ୍ୟରେ ଆଉ ୧୦୪ ଜଣ କରୋନା ପଜିଟିଭ ଚିହ୍ନଟ, ୨ ମୃତ

ଭୁବନେଶ୍ବର: ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୧୦୪ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୬୧ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ସଂକ୍ରମଣରୁ ୪୩ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ଏଥିମଧ୍ୟରୁ ୨୪ ଜଣ ୧୮ ବର୍ଷରୁ କମ୍ ବୟସର ଶିଶୁ- କିଶୋର ଥିବା ଜଣାଯାଇଛି। ଆଜି ସମ୍ବଲପୁର ଜିଲ୍ଲାରୁ ସର୍ବାଧିକ ୧୬ ଜଣ ଆକ୍ରାନ୍ତ ଥିବା ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ତଥ୍ୟ ପ୍ରଦାନ କରାଯାଇଛି।

ଗତ ୨୪ ଘଣ୍ଟା ମଧ୍ୟରେ ବାଲେଶ୍ୱର ଜିଲ୍ଲାରୁ ୧୫ ଜଣ, ବଲାଙ୍ଗୀରରୁ ୫ ଜଣ, ବୌଦ୍ଧ ଜିଲ୍ଲାରୁ ୧ ଜଣ, କଟକରୁ ୨ ଜଣ, ଦେବଗଡ଼ରୁ ୧ ଜଣ, ଗଜପତିରୁ ୧୩ ଜଣ, ଜଗତସିଂହପୁର ଜିଲ୍ଲାରୁ ୩ ଜଣ, ଯାଜପୁରରୁ ୨ ଜଣ, ଝାରସୁଗୁଡ଼ାରୁ ୨ ଜଣ, କଳାହାଣ୍ଡି ଜିଲ୍ଲାରୁ ୧ ଜଣ କେନ୍ଦ୍ରାପଡ଼ାରୁ ୭ ଜଣ, ଖୋର୍ଦ୍ଧାରୁ ୧୦ ଜଣ, କୋରାପୁଟରୁ ୩ ଜଣ, ମୟୂରଭଞ୍ଜରୁ ୩ ଜଣ, ନବରଙ୍ଗପୁରରୁ ୨ ଜଣ, ନୟାଗଡ଼ରୁ ୧ଜଣ, ରାୟଗଡ଼ାରୁ ୧ ଜଣ, ସମ୍ୱଲପୁରରୁ ୧୬ ଜଣ, ସୁନ୍ଦରଗଡ଼ରୁ ୧୨ ଜଣ , ସୋନପୁର ଜିଲ୍ଲାରୁ ୧ ଜଣ ଓ ଷ୍ଟେଟ ପୁଲରୁ ୨ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି।

ସେହିପରି ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ଆଉ ୨ ଜଣଙ୍କ ଜୀବନ ନେଲା କରୋନା । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୯୧୦୫କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ଵାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି । ମୃତକଙ୍କ ମଧ୍ୟରେ ସୁନ୍ଦରଗଡ଼ ଜିଲ୍ଲାରୁ ୨ ଜଣ ଆକ୍ରାନ୍ତ ରହିଛନ୍ତି।

nis-ad
Leave A Reply

Your email address will not be published.