ହିଞ୍ଜିଳି, ଶେରଗଡର ନବ ନିର୍ବାଚିତ ପଞ୍ଚାୟତ ପ୍ରତିନିଧି ମାନଙ୍କ ସହ ମୁଖ୍ୟମନ୍ତ୍ରୀଙ୍କ ଆଲୋଚନା

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ତଥା ବିଜୁ ଜନତା ଦଳର ସଭାପତି ଶ୍ରୀ ନବୀନ ପଟ୍ଟନାୟକ ଆଜି ଅପରାହ୍ନରେ ହିଞ୍ଜିଳି ଓ ଶେରଗଡ ବ୍ଲକ୍‌ର ନବ ନିର୍ବାଚିତ ପଞ୍ଚାୟତ ପ୍ରତିନିଧି ମାନଙ୍କ ସହିତ ଆଲୋଚନା କରି ସେମାନଙ୍କୁ ଅଭିନନ୍ଦନ ଜଣାଇବା ସହିତ ଦଳମତରୁ ଉର୍ଦ୍ଧ୍ବରେ ରହି ଲୋକଙ୍କ ସେବା କରିବା ପାଇଁ ପରାମର୍ଶ ଦେଇଛନ୍ତି ।

ଶ୍ରୀ ପଟ୍ଟନାୟକ କହିଛନ୍ତି ଯେ ବର୍ତ୍ତମାନ ନିର୍ବାଚନ ଶେଷ ହୋଇଛି । ତେଣୁ ଆପଣମାନେ ବର୍ତ୍ତମାନ ସମସ୍ତଙ୍କ ପାଇଁ କାମ କରନ୍ତୁ । ଦଳମତ ରୁ ଉପରକୁ ଉଠି କାମ କଲେ ଆମେ ସବୁବେଳେ ଲୋକଙ୍କ ଭରସା ଓ ଆଶୀର୍ବାଦ ପାଇପାରିବା ବୋଲି ସେ କହିଛନ୍ତି। ସେ କହିଛନ୍ତି ଯେ ବିକାଶ ସବୁବେଳେ ଆମର ଫୋକସ୍‌ ହୋଇ ରହିଆସିଛି । ବିକାଶ ପାଇଁ ଆମର କଠିନ ପରିଶ୍ରମକୁ ଜନସାଧାରଣ ସବୁବେଳେ ସ୍ବୀକୃତି ଦେଇଛନ୍ତି । ସାରା ରାଜ୍ୟରେ ପଞ୍ଚାୟତ ନିର୍ବାଚନରେ ଏକ ଐତିହାସିକ ରାୟ ଦେଇଛନ୍ତି । ସେଥିପାଇଁ ଜନସାଧାରଣଙ୍କ ନିକଟରେ ଆମେ ଋଣୀ ବୋଲି ସେ କହିଥିଲେ।

ଏ ବିଜୟ ଏକ ବହୁତ ବଡ ଦାୟିତ୍ବ ବୋଲି ପ୍ରକାଶ କରି ସେ କହିଥିଲେ, “ମୁଁ ଆଶା କରୁଛି ଯେ ଆପଣମାନେ ଆପଣଙ୍କ ଗାଁର, ଆପଣଙ୍କ ଅଞ୍ଚଳର ବିଜୟ ପାଇଁ କାମ କରିବେ । ଲୋକଙ୍କ ସୁଖଦୁଃଖରେ ସବୁବେଳେ ସେମାନଙ୍କ ସାଥିରେ ରହିବେ ।” 5-T ସ୍କୁଲ ରୂପାନ୍ତରରେ ସେମାନଙ୍କ କାମକୁ ପ୍ରଶଂସା କରି ଆଗାମୀ ଦିନରେ ମଧ୍ୟ ବିକାଶ କାମକୁ ଆହୁରି ଜୋରରେ ଆଗେଇ ନେବେ ବୋଲି ଶ୍ରୀ ପଟ୍ଟନାୟକ ଆଶା ପ୍ରକାଶ କରିଥିଲେ। ହିଞିଳି ଓ ଶେରଗଡ ବ୍ଲକ୍‌ର ଉନ୍ନତି ପାଇଁ ସମସ୍ତେ ମିଳିମିଶି ଏକ ଟିମ୍‌ ଭାବରେ କାମ କରିବାକୁ ମଧ୍ୟ ସେ ପରାମର୍ଶ ଦେଇଛନ୍ତି।

nis-ad
Leave A Reply

Your email address will not be published.