ରାଜ୍ୟରେ ଆଉ ୮୩ ଜଣ କରୋନା ସଂକ୍ରମିତ ଚିହ୍ନଟ, ୩ ମୃତ

ଭୁବନେଶ୍ୱର: ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୮୩ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୪୯ ଜଣ କ୍ୱାରେଣ୍ଟାଇନ୍ ରୁ ରହିଥିବା ବେଳେ ୩୪ ଜଣ ସ୍ଥାନୀୟ ସଂକ୍ରମିତ । ସେହିପରି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍ ବୟସର ୨୨ ଜଣ ଶିଶୁ ରହିଛନ୍ତି ।

ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ଜଣେ, ବାଲେଶ୍ୱର ଜିଲ୍ଲାରୁ ୪ଜଣ, ବରଗଡ଼ ଜିଲ୍ଲାରୁ ଜଣେ, ଭଦ୍ରକ ଜିଲ୍ଲାରୁ ଜଣେ, ବଲାଙ୍ଗୀର ଜିଲ୍ଲାରୁ ୪ଜଣ, କଟକ ଜିଲ୍ଲାରୁ ୫ଜଣ, ଗଜପତି ଜିଲ୍ଲାରୁ ୮ଜଣ, ଗଞ୍ଜାମ ଜିଲ୍ଲାରୁ ୨ଜଣ, ଯାଜପୁର ଜିଲ୍ଲାରୁ ଜଣେ, କଳାହାଣ୍ଡି ଜିଲ୍ଲାରୁ ଜଣେ, କନ୍ଧମାଳ ଜିଲ୍ଲାରୁ ଜଣେ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୪ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୫ଜଣ, କୋରାପୁଟ ଜିଲ୍ଲାରୁ ୩ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୫ଜଣ, ନବରଙ୍ଗପୁର ଜିଲ୍ଲାରୁ ୬ଜଣ, ନୟାଗଡ଼ ଜିଲ୍ଲାରୁ ଜଣେ, ନୂଆପଡ଼ା ଜିଲ୍ଲାରୁ ଜଣେ, ପୁରୀ ଜିଲ୍ଲାରୁ ଜଣେ, ସମ୍ବଲପୁର ଜିଲ୍ଲାରୁ ୧୨ଜଣ, ସୋନପୁର ଜିଲ୍ଲାରୁ ୫ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୧୦ଜଣ, ଷ୍ଟେଟ ପୁଲ୍ ରୁ ଜଣେ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୨୮୬୫୪୦ଜଣକୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟର ରେ ସୂଚନା ଦିଆଯାଇଛି ।

ଅନ୍ୟ ପକ୍ଷରେ ଗତ ୨୪ ଘଂଟା ମଧ୍ୟରେ ଆଉ ୩ ଜଣ କରୋନା ସଂକ୍ରମିତଙ୍କର ମୃତ୍ୟୁ ହୋଇଛି । ମୃତକ ୩ ଜଣ ସୁନ୍ଦରଗଡ଼ ଜିଲ୍ଲାର କରୋନା ସଂକ୍ରମିତ।
ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୯୧୦୮କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ଵାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।

nis-ad
Leave A Reply

Your email address will not be published.