ରାଜ୍ୟରେ ଆଜି ୮୬ ଜଣ କରୋନା ସଂକ୍ରମିତ ଚିହ୍ନଟ, ୩ ଜଣଙ୍କ ମୃତ୍ୟୁ

ଭୁବନେଶ୍ୱର: ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୮୬ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୫୦ ଜଣ କ୍ୱାରେଣ୍ଟାଇନ୍ ରୁ ରହିଥିବା ବେଳେ ୩୬ ଜଣ ସ୍ଥାନୀୟ ସଂକ୍ରମିତ । ସେହିପରି ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍ ବୟସର ୨୩ ଜଣ ଶିଶୁ ରହିଛନ୍ତି ।ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ବାଲେଶ୍ୱର ଜିଲ୍ଲାରୁ ୪ଜଣ, ବଲାଙ୍ଗୀର ଜିଲ୍ଲାରୁ ୬ଜଣ, ବୌଦ୍ଧ ଜିଲ୍ଲାରୁ ଜଣେ, କଟକ ଜିଲ୍ଲାରୁ ୫ଜଣ, ଗଜପତି ଜିଲ୍ଲାରୁ ୯ଜଣ, ଗଞ୍ଜାମ ଜିଲ୍ଲାରୁ ଜଣେ, ଜଗତସିଂହପୁର ଜିଲ୍ଲାରୁ ଜଣେ, ଯାଜପୁର ଜିଲ୍ଲାରୁ ୩ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ଜଣେ, କନ୍ଧମାଳ ଜିଲ୍ଲାରୁ ୨ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୪ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୨ଜଣ, କୋରାପୁଟ ଜିଲ୍ଲାରୁ ୩ଜଣ, ମାଲକାନଗିରି ଜିଲ୍ଲାରୁ ଜଣେ, ମୟୁରଭଞ୍ଜ ଜିଲ୍ଲାରୁ ଜଣେ, ମୟୁରଭଞ୍ଜ ଜିଲ୍ଲାରୁ ୬ଜଣ, ନବରଙ୍ଗପୁର ଜିଲ୍ଲାରୁ ୬ଜଣ, ରାୟଗଡ଼ା ଜିଲ୍ଲାରୁ ଜଣେ, ସମ୍ବଲପୁର ଜିଲ୍ଲାରୁ ୧୫ଜମ, ସୁନ୍ଦରଗଡ଼ ଜିଲ୍ଲାରୁ ୧୪ଜଣ, ଷ୍ଟେଟ ପୁଲ୍ ରୁ ଜଣେ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୨୮୬୬୨୬ଜଣକୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି ।

ଅନ୍ୟ ପକ୍ଷରେ ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ଆଉ ୩ ଜଣ କରୋନା ସଂକ୍ରମିତଙ୍କ ମୃତ୍ୟୁ ହୋଇଛି। ମୃତକ ୩ ଜଣ ସୁନ୍ଦରଗଡ଼ ଜିଲ୍ଲାର।ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୯୧୧୧କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ଵାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।
ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୨୮୬୬୨୬ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୧୨୭୬୫୬୫ଜଣ ସୁସ୍ଥ ହୋଇଛନ୍ତି । କରୋନାଜନିତ ମୃତ୍ୟୁ ସଂଖ୍ୟା ୯୧୧୧କୁ ବୃଦ୍ଧି ପାଇଥିବାବେଳେ ୫୩ ଜଣ କରୋନା ସଂକ୍ରମିତ ଙ୍କର ଅନ୍ୟ ରୋଗରେ ମୃତ୍ୟୁ ହୋଇଛି । ଆଉ ୮୯୭ଜଣ ସକ୍ରୀୟ ସଂକ୍ରମିତ ଚିକିତ୍ସାଧିନ ଅଛନ୍ତି । ଗତକାଲି ସୁଦ୍ଧା ରାଜ୍ୟରେ ୨୯୮୭୫୯୨୭ସାମ୍ପୁଲ ଟେଷ୍ଟ୍ ହୋଇଛି ।

nis-ad
Leave A Reply

Your email address will not be published.