ବାରଗୁଡିକ ମନଇଚ୍ଛା ରଖିପାରିବେ ନାହିଁ ବାଉନସର

ଭୁବନେଶ୍ୱର : ଦ୍ବୈତନଗରୀ ଭୁବନେଶ୍ୱର-କଟକ କମିଶନରେଟ୍‌ ପୋଲିସ୍‌ ଅଞ୍ଚଳରେ ଥିବା ମଦବାର୍‌ଗୁଡ଼ିକ ଏଣିକି ବାଉନସରଙ୍କୁ ମନଇଚ୍ଛା ରଖିପାରିବେ ନାହିଁ। ବାଉନ୍‌ସରମାନେ ସାଧାରଣ ଗ୍ରାହକଙ୍କ ଜୀବନ ପ୍ରତି ବିପଦ ତଥା ସାମାଜିକ ଶାନ୍ତି ବ୍ୟାହତ ହେବାର ଆଶଙ୍କା ଥିବାରୁ ଏପରି ନିଷ୍ପତି କରିଛି କମିଶନରେଟ ପୋଲିସ। ସେଥିପାଇଁ ଉଭୟ ଭୁବନେଶ୍ୱର ଏବଂ କଟକ ଅଞ୍ଚଳର ବାର୍‌ମାଲିକମାନଙ୍କ ପାଇଁ ପୋଲିସ କମିଶନର ଆସନ୍ତା ଦୁଇମାସ ପର୍ଯ୍ୟନ୍ତ କଡ଼ା ନିର୍ଦ୍ଦେଶନାମା ଜାରି କରିଛନ୍ତି।

ବାରମାଲିକମାନେ ନିଜ ଅଞ୍ଚଳର ଡିସିପିଙ୍କଠାରୁ ସୁରକ୍ଷା କର୍ମଚାରୀଙ୍କ ସଂପର୍କରେ ଅପରାଧ ପୃଷ୍ଠଭୂମିର ପୂର୍ବ ରେକର୍ଡ ଯାଞ୍ଚ କରିବା ବାଧ୍ୟତାମୂଳକ କରାଯାଇଛି। ପ୍ରାଇଭେଟ୍‌ ସିକ୍ୟୁୟରିଟି ଏଜେନ୍ସିମାନଙ୍କଠାରୁ ବାର୍‌ମାଲିକମାନେ ସୁରକ୍ଷା କର୍ମଚାରୀ ନିୟୋଜିତ କରିପାରିବେ। ନିୟୋଜିତ କରିଥିବା ସୁରକ୍ଷା କର୍ମଚାରୀଙ୍କ ବିଷୟରେ ବାର୍‌ମାଲିକମାନେ ସ୍ଥାନୀୟ ପୋଲିସକୁ ଲିଖିତ ଭାବେ ଜଣାଇବେ।

ଏହି ନିୟୋଜିତ ସୁରକ୍ଷା କର୍ମଚାରୀଙ୍କ ସାଧାରଣ ଆଇନ ପରିସରଭୁକ୍ତ ରହିବେ। ଆବଶ୍ୟକ ପଡିଲେ ୧୧୨ ନମ୍ବରକୁ କଲ କରି ଏହି ସୁରକ୍ଷା କର୍ମଚାରୀମାନଙ୍କ ସୂଚନା ଦେଇପାରିବେ। କୌଣସି ପରିସ୍ଥିତିରେ ମଧ୍ୟ ଏହି ସୁରକ୍ଷାକର୍ମୀମାନେ ଗ୍ରାହକମାନଙ୍କ ମୌଳିକ ଅଧିକାରକୁ ଉଲ୍ଲଂଘନ କରିପାରିବେ ନାହିଁ ।

ଚଳିତ ବର୍ଷ ମାର୍ଚ୍ଚ ୧୧ ତାରିଖଠାରୁ ଆସନ୍ତା ମେ ୯ ତାରିଖ ପର୍ଯ୍ୟନ୍ତ ଏହି ନିର୍ଦ୍ଦେଶ ବଳବତ୍ତର ରହିବ ବୋଲି ପୋଲିସ କମିଶନର ଶ୍ରୀ ସୌମେନ୍ଦ୍ର ପ୍ରିୟଦର୍ଶୀ ସୂଚନା ଦେଇଛନ୍ତି।

nis-ad
Leave A Reply

Your email address will not be published.