ରାଜ୍ୟରେ ୧୦୫ କରୋନା ସଂକ୍ରମିତ ଚିହ୍ନଟ, ଜଣେ ମୃତ

ଭୁବନେଶ୍ୱର: ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୧୦୫ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୬୪ ଜଣ କ୍ୱାରେଣ୍ଟାଇନ୍ ରୁ ରହିଥିବା ବେଳେ ୪୧ ଜଣ ସ୍ଥାନୀୟ ସଂକ୍ରମିତ । ସେହିପରି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍ ବୟସର ୨୨ ଜଣ ଶିଶୁ ରହିଛନ୍ତି ।

ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରେ ବାଲେଶ୍ୱର ଜିଲ୍ଲାରୁ ୬ଜଣ, ବରଗଡ଼ ଜିଲ୍ଲାରୁ ୨ଜଣ, ବଲାଙ୍ଗୀର ଜିଲ୍ଲାରୁ ୪ଜଣ, ବୌଦ୍ଧ ଜିଲ୍ଲାରୁ ୨ଜଣ, କଟକ ଜିଲ୍ଲାରୁ ଜଣେ, ଦେଓଗଡ଼ ଜିଲ୍ଲାରୁ ଜଣେ, ଢେଙ୍କାନାଳ ଜିଲ୍ଲାରୁ ଜଣେ, ଗଜପତି ଜିଲ୍ଲାରୁ ୬ଜଣ, ଗଞ୍ଜାମ ଜିଲ୍ଲାରୁ ୩୨ଜଣ, ଜଗତସିଂହପୁର ଜିଲ୍ଲାରୁ ୩ଜଣ, ଯାଜପୁର ଜିଲ୍ଲାରୁ ୩ଜଣ, ଯାଜପୁର ଜିଲ୍ଲାରୁ ୫ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ଜଣେ, କନ୍ଧମାଳ ଜିଲ୍ଲାରୁ ୨ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୨ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୫ଜଣ, କୋରାପୁଟ ଜିଲ୍ଲାରୁ ୪ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୬ଜଣ, ସମ୍ବଲପୁର ଜିଲ୍ଲାରୁ ୪ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୧୭ଜଣ, ଷ୍ଟେଟ ପୁଲ୍ ରୁ ଜଣେ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୨୮୬୯୫୭ଜଣକୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ ର ରେ ସୂଚନା ଦିଆଯାଇଛି ।

ଅନ୍ୟ ପକ୍ଷରେ ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ଆଉ ଜଣେ ସଂକ୍ରମିତଙ୍କର ମୃତ୍ୟୁ ହୋଇଛି । ମୃତକ ଜଣକ କଟକ ଜିଲ୍ଲାର ବୋଲି ଜଣାପଡିଛି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ଜନିତ ମୃତ୍ୟୁ ସଂଖ୍ୟା ୯୧୧୬କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ଵାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।

nis-ad
Leave A Reply

Your email address will not be published.