ରାଜ୍ୟରେ ଆଉ ୩୨ ଜଣ କରୋନା ସଂକ୍ରମିତ ଚିହ୍ନଟ

ଭୁବନେଶ୍ୱର: ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ଆଉ ୩୨ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୯ ଜଣ କ୍ୱାରେଣ୍ଟାଇନ୍ ରୁ ଓ ୧୩ ଜଣ ସ୍ଥାନୀୟ ସଂକ୍ରମିତ । ସେହିପରି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍ ବୟସର ୬ ଜଣ ଶିଶୁ ରହିଛନ୍ତି ।୧୧ଟି ଜିଲ୍ଲାରୁ ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ଗଜପତିରୁ ୭ ଜଣ, ଯାଜପୁରରୁ ୬ ଜଣ, ସୁନ୍ଦରଗଡ଼ରୁ ୫ ଜଣ, ବାଲେଶ୍ବରରୁ ୩ ଜଣ, ଖୋର୍ଦ୍ଧ, ମୟୂରଭଞ୍ଜ ଓ ସମ୍ବଲପୁର ଜିଲ୍ଲାରୁ ୨ ଜଣ ଲେଖାଁଏ, କଟକ, ଢ଼େଙ୍କାନାଳ, କେନ୍ଦ୍ରାପଡ଼ା ଓ ନୟାଗଡ଼ ଜିଲ୍ଲାରୁ ଜଣେ ଲେଖାଁଏ, ଏବଂ ଷ୍ଟେଟ୍ ପୁଲ୍ରୁ ଜଣେ ଆକ୍ରାନ୍ତ ରହିଛନ୍ତି।

ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୨୮୭୨୨୫ ଜଣକୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ ର ରେ ସୂଚନା ଦିଆଯାଇଛି ।
ଅନ୍ୟ ପକ୍ଷରେ ଗତ ୨୪ ଘଂଟା ମଧ୍ୟରେ କରୋନା ସଂକ୍ରମିତ ଙ୍କ ର ମୃତ୍ୟୁ ସମ୍ପର୍କରେ ଏ ପର୍ଯ୍ୟନ୍ତ କୌଣସି ସୂଚନା ଦିଆଯାଇନାହିଁ ।
ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୨୮୭୨୨୫ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୧୨୭୭୪୯୭ ଜଣ ସୁସ୍ଥ ହୋଇଛନ୍ତି । କରୋନା ମୃତ୍ୟୁ ସଂଖ୍ୟା ୯୧୧୬ ରେ ପହଂଚିଥିବାବେଳେ ୫୩ଜଣ କରୋନା ସଂକ୍ରମିତ ଅନ୍ୟ ରୋଗରେ ମୃତ୍ୟୁ ବରଣ କରିଛନ୍ତି । ଆଉ ୫୫୯ ଜଣ ସକ୍ରୀୟ ସଂକ୍ରମିତ ଚିକିତ୍ସାଧିନ ଅଛନ୍ତି । ଗତକାଲି ସୁଦ୍ଧା ରାଜ୍ୟରେ ୩୦୨୬୫୭୮୭ ସାମ୍ପୁଲ ଟେଷ୍ଟ୍ ହୋଇଛି ।

nis-ad
Leave A Reply

Your email address will not be published.