ଶିଶୁମିତ୍ର ପଞ୍ଚାୟତ ଗଠନ ଉପରେ ଗୁରୁତ୍ଵ ଦେଲେ ଜିଲ୍ଲାପାଳ

ନବରଙ୍ଗପୁର (୨୨ / ୦୩) : ରାଜ୍ୟ ସରକାରଙ୍କ ମହିଳା ଓ ଶିଶୁ ବିକାଶ ବିଭାଗର ନିର୍ଦ୍ଦେଶ ଅନୁଯାୟୀ ଆଜି ନବରଙ୍ଗପୁର ଜିଲ୍ଲା ପ୍ରଶାସନ ତରଫରୁ ଶିଶୁଙ୍କ ପାଇଁ ଦିନଟିଏ କାର୍ଯ୍ୟକ୍ରମ ଅନୁଷ୍ଟିତ ହୋଇ ଯାଇଛି । ଏହି ଉଦ୍ଦେଶ୍ୟରେ ଜିଲ୍ଲାରେ ଶିଶୁମାନଙ୍କର ସୁରକ୍ଷା ଓ ବିକାଶ ଦିଗରେ କାର୍ଯ୍ୟ କରୁ ଥିବା ଚାରିଟି କମିଟି ଯଥା ଜିଲ୍ଲା ସ୍ତରୀୟ ଶିଶୁ ସୁରକ୍ଷା କମିଟି , କିଶୋରୀ ସଶକ୍ତିକରଣ ଓ ବାଲ୍ୟବିବାହ ପ୍ରତିରୋଧ ଟାସ୍କ ଫୋର୍ସ , ଶିଶୁ ଶ୍ରମିକ ନିରାକରଣ ଏବଂ ଚାଇଲ୍ଡ ଲାଇନ ପରାମର୍ଶଦାତା କମିଟିର ମିଳିତ ବୈଠକ ଆଜି ଜିଲ୍ଲାପାଳ ଡଃ କମଳ ଲୋଚନ ମିଶ୍ର ଙ୍କ ଅଧ୍ୟକ୍ଷତା ରେ ଅନୁଷ୍ଠିତ ହୋଇଯାଇଛି । ଏହି ମିଳିତ ବୈଠକ ରେ ଜିଲ୍ଲାପାଳ ଡଃ ମିଶ୍ର ଅଧ୍ୟକ୍ଷତା କରି କହିଲେଯେ ଜିଲ୍ଲାରେ ପ୍ରତ୍ୟେକ ଶିଶୁ ମାନଙ୍କୁ ସୁରକ୍ଷା ଓ ବାଲ୍ୟ ବିବାହକୁ ରୋକିବା ପାଇଁ ପ୍ରଶାସନ ର ବିଭିନ୍ନ ବିଭାଗ କାର୍ଯ୍ୟ କରୁଛନ୍ତି । ବିଭାଗ ଗୁଡିକ ମଧ୍ୟରେ ଉତ୍ତମ ସମ୍ପର୍କ ରଖି ଜିଲ୍ଲାରେ ସମସ୍ତ ଶିଶୁ ମାନଙ୍କୁ ସୁରକ୍ଷା ଦେବା ସହିତ ନବରଙ୍ଗପୁର ଜିଲ୍ଲା କୁ ବାଲ୍ୟ ବିବାହ ମୁକ୍ତ କରିବା ଦିଗରେ ଏହି ସମନ୍ଵୟ ବୈଠକ ସହାୟକ କରି ପାରିବ ବୋଲି ମତବ୍ୟକ୍ତ କରିବା ସହିତ, କିଶୋର କିଶୋରୀ ମାନଙ୍କୁ ଶିକ୍ଷା ଓ ସଚେତନତା କରାଇବା ସହିତ ଶିଶୁ ମିତ୍ର ପାଇଁ ଗଠନ ନିମନ୍ତ ପରାମର୍ଶ ଦେଇଥିଲେ । ବିଶେଷ କରି ଗ୍ରାମ ପଂଚାୟତ ସ୍ତରରେ ଏହାର ସଫଳ ରୂପାୟନ ନିମନ୍ତେ ସରପଞ୍ଚ ,ୱାର୍ଡ ମେମ୍ବର ଓ ସମିତି ସଭ୍ୟଙ୍କ ପ୍ରମୁଖ ଭୂମିକା ରହିଥିବାରୁ ସେମାନଙ୍କୁ ଦାୟିତ୍ଵ ନେବାପାଇଁ ମତବ୍ୟକ୍ତ କରିଛନ୍ତି ।

ଜିଲ୍ଲା ଶିଶୁ ସୁରକ୍ଷା ଅଧିକାରୀ ସୁରେଶ ପଟ୍ଟନାୟକ ବୈଠକ ପ୍ରାରମ୍ଭରେ ସୂଚନା ଦେଇ କହିଥିଲେ ଯେ ଚଳିତ ମାସରେ ଜିଲ୍ଲାରେ ୧୦ ବ୍ଲକ ଓ ୧୮୯ ଟି ଗ୍ରାମ ପଞ୍ଚାୟତ ସ୍ତରରେ ଅନୁରୂପ ଭାବରେ ବ୍ଲକ ଓ ପଞ୍ଚାୟତ ସ୍ତରରେ ଶିଶୁ ସୁରକ୍ଷା କମିଟି , କିଶୋରୀ ସଶକ୍ତିକରଣ ଓ ବାଲ୍ୟବିବାହ ପ୍ରତିରୋଧ ଟାସ୍କ ଫୋର୍ସ , ଶିଶୁ ଶ୍ରମିକ ନିରାକରଣ କମିଟିର ବୈଠକ ଅନୁଷ୍ଟିତ ହୋଇଛି । ଜିଲ୍ଲା ସମାଜ କଲ୍ୟାଣ ଅଧିକାରୀ ସ୍ଵର୍ଣ୍ଣଲତା ବିଶ୍ବାସ ବୈଠକ ଉଦେଶ୍ୟ ଜ୍ଞାପନ କରିବା ସହିତ ଚଳିତ ବର୍ଷ ଜିଲ୍ଲାରେ ମୋଟ ୭୭ ଗୋଟି ବାଲ୍ୟବିବାହ କୁ ବନ୍ଦ କରାଯିବା ସହିତ,ଆଜି ପର୍ଯ୍ୟନ୍ତ ୩୫୦ ଟି ରାଜସ୍ୱ ଗ୍ରାମ ଓ ୩୪୩ ପଡାଗ୍ରାମ କୁ ମିଶାଇ ମୋଟ ୬୯୩ ଗ୍ରାମ କୁ ପ୍ରଶାସନ ତରଫରୁ ବାଲ୍ୟବିବାହ ମୁକ୍ତ ଗ୍ରାମଭାବରେ ଘୋଷଣା କରାଯିବା ଓ ଜିଲ୍ଲା ଶିଶୁ ସୁରକ୍ଷା ୟୁନିଟି , ଜିଲ୍ଲା ସମାଜ କଲ୍ଯାଣ ବିଭାଗ , ୟୁନିସେଫ ଓ ଆକ୍ସନଏଡ ର ମିଳିତ ପ୍ରୟାସ ରେ ଏକ ଯୋଜନାବଦ୍ଧ କାର୍ଯ୍ୟକ୍ରମ ପ୍ରସ୍ତୁତି କରାଯାଇ ଗ୍ରାମ ଗୁଡିକରେ ସଚେତନତା କାର୍ଯ୍ୟ କ୍ରମ ଚାଲୁଥିବାର ସୂଚନା ଦେଇଥିଲେ । ପରେ ପରେ ଆକ୍ସନଏଡ ର ଜିଲ୍ଲା ପରାମର୍ଶ ଦାତା ଫକିର ଚରଣ ରାଉତ ଶିଶୁ ମାନଙ୍କର ସୁରକ୍ଷା ଓ ବାଲ୍ୟ ବିବାହ ର ସମାପ୍ତ ଉଦ୍ଦେଶ୍ୟରେ ଜିଲ୍ଲାରେ ନିଆଯାଇ ଥିବା ବିଭିନ୍ନ ପଦକ୍ଷେପ ଓ ଆଗାମୀ ଦିନର କାର୍ଯ୍ୟ କ୍ରମ ଉପରେ ବୈଠକରେ ଉପସ୍ଥାପନା କରିଥିଲେ ।
ଅନ୍ୟମାନଙ୍କ ମଧ୍ୟରେ ପ୍ରକଳ୍ପ ନିର୍ଦ୍ଦେଶକ ରତ୍ନାକର ସାହୁ , ଜିଲ୍ଲା ଶିକ୍ଷା ଅଧିକାରୀ ପ୍ରଦୀପ କୁମାର ନାଗ, ଜିଲ୍ଲା ଚିକିତ୍ସା ଅଧିକାରୀ କାଳି ପ୍ରସାଦ ବେହେରା ,ଜିଲ୍ଲା ଶିଶୁମଙ୍ଗଳ ସମିତିର ଅଧକ୍ଷ ଦିବାକର ବାହୁକ , ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ହଳଧର ନିଆଲ , ସହାୟକ ସମାଜ କଲ୍ଯାଣ ଅଧିକାରୀ ନରହରି ସିଂ,ଜିଲ୍ଲା ଯୋଗାଣ ଅଧିକାରୀ ସଞ୍ଜିବୀ କୁମାର ସାହୁ , ଶ୍ରମ ନିରିକ୍ଷକ ବୁଲୁ ଶ୍ରୀହରିଆ , ଜିଲ୍ଲା ମଙ୍ଗଳ ଅଧିକାରୀ ସୃମତି ରଞ୍ଜନ ସାମନ୍ତରାୟ, ବାଲ୍ୟବିବାହ ନିଷେଧ ଅଧିକାରୀ, ସୁନିତା ଦେବୀ ତ୍ରିପାଠୀ,ଏସେ ଗୀତା, ଶୈଳେନ୍ଦ୍ରି ମହାନନ୍ଦ , ଯମୁନା ଭତ୍ରା ,ଗୀତା ମହାରଣା ,ଦୀପ୍ତିରାଣୀ ସିଂ , ଜିଲ୍ଲା ସମାଜ କଲ୍ଯାଣ ବିଭାଗର ସମସ୍ତ ସୁପରଭାଇଜର, ଓ ଜିଲ୍ଲା ଶିଶୁ ସୁରକ୍ଷା ୟୁନିଟି ର ସମସ୍ତ କର୍ମକତା ପ୍ରମୁଖ ଉପସ୍ତିତ ରହିବା ସହିତ ଆଲୋଚନାରେ ଅଂଶଗ୍ରହଣ କରି ଜିଲ୍ଲାରେ ଶିଶୁଙ୍କ ପାଇଁ ଦିନଟିଏ କାର୍ଯ୍ୟକ୍ରମ , ଶିଶୁ ଶ୍ରମିକ ନିରାକରଣ ଏବଂ ବାଲ୍ୟ ବିବାହ ର ସମାପ୍ତ ଦିଗରେ ନିଜର ମତାମତ ପ୍ରଦାନ କରିଥିଲେ । ଶେଷରେ ଜିଲ୍ଲା ଶିଶୁ ସୁରକ୍ଷା ଅଧିକାରୀ ଧନ୍ୟବାଦ ଅର୍ପଣ କରିଥିଲେ ।

nis-ad
Leave A Reply

Your email address will not be published.