ଆଜି ଶ୍ରୀଜିଉଙ୍କ ବନକଲାଗି ନୀତି, ଅପରାହ୍ନ ସାଢ଼େ ୪ଟାରୁ ସର୍ବସାଧାରଣ ଦର୍ଶନ ବନ୍ଦ

ପୁରୀ: ଆଜି ଚୈତ୍ର-କୃଷ୍ଣ ଷଷ୍ଠୀ ତିଥିରେ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ । ଦ୍ୱିତୀୟ ଭୋଗମଣ୍ଡପ ପରେ ଏହି ସ୍ୱତନ୍ତ୍ର ନୀତି ବଢ଼ିବ । ଦତ୍ତମହାପାତ୍ରମାନେ ଗୋଷ୍ଠୀଗତ ଭାବେ ଠାକୁରଙ୍କ ଶ୍ରୀମୁଖ ସିଂହାର କରିବେ । ଏହି ନୀତିରେ ପାଳିଆ ପୂଜାପଣ୍ଡା, ପାଳିଆ ଖୁଣ୍ଟିଆ, ଗରାବଡ଼ୁ, ପାଳିଆ ପୁଷ୍ପାଳକ, ଚାଙ୍ଗଡ଼ା ମେକାପ, ମୁଦୁଲି ଆଦି ସେବକଙ୍କ ଯୋଗଦାନ ରହିବ ।

ବନକଲାଗି ନୀତି ସମୟରେ ଠାକୁରଙ୍କ ଦର୍ଶନ ବନ୍ଦ ରହିବ । ଅପରାହ୍‌ଣ ୪ଟା ୩୦ରୁ ୮ଟା ୩୦ ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ । ମହାସ୍ନାନ ପରେ ପୁଣି ଶ୍ରୀଜିଉଙ୍କ ଦର୍ଶନ ସ୍ୱାଭାବିକ ଚାଲିବ । ଏନେଇ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ଏହି ସୂଚନା ଦିଆଯାଇଛି । ସୂଚନା ମୁତାବିକ, ଦତ୍ତମହାପାତ୍ର ସେବକମାନେ ଶ୍ରୀବିଗ୍ରହଙ୍କ ଏହି ସେବା କରିବେ । ଦ୍ୱିତୀୟ ଭୋଗମଣ୍ଡପ ନୀତି ସରିବା ପରେ ମହାପ୍ରଭୁଙ୍କ ବନକଲାଗି ନୀତି ଆରମ୍ଭ ହୋଇଥାଏ । ବନକଲାଗି ପାଇଁ ହିଙ୍ଗୁଳ, ହରିତାଳ, ଶଙ୍ଖ, କେଶର, କର୍ପୂର, କଇଥ ଅଠା, କସ୍ତୁରୀ ଓ କଳା ଇତ୍ୟାଦି ବ୍ୟବହାର କରାଯାଏ । ଏହାପରେ ଠାକୁରଙ୍କ ମହାସ୍ନାନ ବଢି ଯଥାବିଧି ନୀତି ଚାଲିବ।

nis-ad
Leave A Reply

Your email address will not be published.