ଚାଲିଚାଲି ଯାଇ ଭୋଟ ଦେଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ଭୋଟ ଦେଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ବିଏମସିର ୫୩ ନଂ ୱାର୍ଡରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭୋଟ ଦେଇଛନ୍ତି । ମୁଖ୍ୟମନ୍ତ୍ରୀ ନବୀନ ନିବାସରୁ ଭୋଟ୍‌ କେନ୍ଦ୍ରକୁ ପାଦରେ ଚାଲିଚାଲି ଯାଇ ନିଜର ମତାଧିକାର ସାବ୍ୟସ୍ତ କରିଛନ୍ତି । ମୁଖ୍ୟମନ୍ତ୍ରୀଙ୍କ ଏହି ଭୋଟଦାନ ପାଇଁ ବୁଥରେ କଡ଼ା ସୁରକ୍ଷା ବ୍ୟବସ୍ଥା କରାଯାଇଥିଲା ।

୫୩ ନଂ ୱାର୍ଡରେ ବ୍ୟାପକ ପୁଲିସ ମୁତୟନ ହୋଇଥିଲେ । ମତାଧିକାର ସାବ୍ୟସ୍ତ କରିବା ପରେ ପୁଣି ନବୀନ ନିବାସକୁ ଫେରିଛନ୍ତି ମୁଖ୍ୟମନ୍ତ୍ରୀ ।

nis-ad
Leave A Reply

Your email address will not be published.