ରାଜ୍ୟରେ ଆଉ ୩୮ ଜଣ କରୋନା ସଂକ୍ରମିତ ଚିହ୍ନଟ, ୭୩ ସୁସ୍ଥ

ଭୁବନେଶ୍ୱର: ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ଆଉ ୩୮ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୨୩ ଜଣ କ୍ୱାରେଣ୍ଟାଇନ୍ ରୁ ରହିଥିବା ବେଳେ ୧୫ ଜଣ ସ୍ଥାନୀୟ ସଂକ୍ରମିତ । ସେହିପରି ଚିହ୍ନଟ ହୋଇଥିବା ସଂକ୍ରମିତ ଙ୍କ ମଧ୍ୟରେ ୧୮ ବର୍ଷରୁ କମ୍ ବୟସର ୯ ଜଣ ଶିଶୁ ରହିଛନ୍ତି ।

ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ବାଲେଶ୍ୱର ଜିଲ୍ଲାରୁ ୨ଜଣ, ବରଗଡ଼ ଜିଲ୍ଲାରୁ ଜଣେ, ବୌଦ୍ଧ ଜିଲ୍ଲାରୁ ଜଣେ, ଗଜପତି ଜିଲ୍ଲାରୁ ୮ଜଣ, ଗଞ୍ଜାମ ଜିଲ୍ଲାରୁ ୨ଜଣ, ଜଗତସିଂହପୁର ଜିଲ୍ଲାରୁ ଜଣେ, ଯାଜପୁର ଜିଲ୍ଲାରୁ ୬ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ଜଣେ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୨ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୬ଜଣ, ମୟୁରଭଞ୍ଜ ଜିଲ୍ଲାରୁ ଜଣେ, ସମ୍ବଲପୁର ଜିଲ୍ଲାରୁ ୨ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୪ଜଣ, ଷ୍ଟେଟ ପୁଲ୍ ରୁ ଜଣେ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୨୮୭୩୨୩ ଜଣକୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି ।

ତେବେ ରାଜ୍ୟରେ କରୋନାରୁ ଆଜି ୭୩ ଜଣ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏଥିରେ କେନ୍ଦ୍ରାପଡ଼ା ଜିଲ୍ଲାରୁ ସର୍ବାଧିକ ୧୦ ଜଣ ଅଛନ୍ତି। ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି। ଏଥି ସହିତ ରାଜ୍ୟରେ କରୋନାରୁ ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ସଂଖ୍ୟା ୧୨ ଲକ୍ଷ ୭୭ ହଜାର ୭୫୦ରେ ପହଞ୍ଚିଛି।

ସ୍ୱାସ୍ଥ୍ୟ ବିଭାଗର ସୂଚନା ଅନୁସାରେ ଆଜି ସୁନ୍ଦରଗଡ଼ରୁ ଆଜି ୯ ଜଣ ଆକ୍ରାନ୍ତ କରୋନାରୁ ସୁସ୍ଥ ହୋଇଛନ୍ତି। ଗଜପତି, ଗଂଜାମରୁ ୮-୮, ବାଲେଶ୍ୱରରୁ ୬, ଖୋର୍ଦ୍ଧା, କୋରାପୁଟରୁ ୫-୫, କଟକ, କନ୍ଧମାଳ, ସମ୍ବଲପୁରରୁ ୪ ଜଣ ଲେଖାଏଁ, ନୟାଗଡ଼ରୁ ୩, ଯାଜପୁରରୁ ୨, ଅନୁଗୁଳ, ମୟୂରଭଂଜ, ନବରଂଗପୁର, ରାୟଗଡ଼ଶର ଜଣେ ଲେଖାଏଁ ଓ ରାଜ୍ୟ ପୁଲ୍‌ରୁ ଜଣେ କରୋନାରୁ ସୁସ୍ଥ ହୋଇଛନ୍ତି।

nis-ad
Leave A Reply

Your email address will not be published.