ଭୁବନେଶ୍ୱର: କ୍ୟାମେରାମ୍ୟାନ୍ ମାନସ ସ୍ୱାଇଁ ହତ୍ୟା ଘଟଣାରେ ରବିବାର ଦୟାଲ ଆଶ୍ରମକୁ ସିଲ୍ କରିଛି କ୍ରାଇମ୍ବ୍ରାଞ୍ଚ ଟିମ୍ । ଏଥିସହିତ ଆଶ୍ରମର ଘର ଭିତରୁ କିଛି ଗୁରୁତ୍ୱପୂର୍ଣ୍ଣ ତଥ୍ୟ କ୍ରାଇମ୍ବ୍ରାଞ୍ଚକୁ ମିଳିଥିବା ସୂଚନା ମିଳିଛି ।
ସୂଚନା ଅନଯାୟୀ, ମାନସ ସ୍ୱାଇଁ ହତ୍ୟା ଘଟଣାରେ ତଦନ୍ତ ଭାର କ୍ରାଇମ୍ବ୍ରାଞ୍ଚ ପାଖକୁ ଯାଇଛି । ଏହି ତ୍ୟା ମାମଲାରେ କ୍ରାଇମ୍ବ୍ରାଞ୍ଚ ଏକ ଟିମ୍ ଭୁବନେଶ୍ୱର ସ୍ଥିତ ଦୟାଲ ଆଶ୍ରମକୁ ଯାଇ ତଦନ୍ତ ଆରମ୍ଭ କରିଥିଲେ । କ୍ୟାମେରାମ୍ୟାନ୍ ମାନସ ସ୍ବାଇଁଙ୍କୁ କେମିତି ହତ୍ୟା କରାଯାଇଥିଲା । ମୃତଦେହକୁ କିଭଳି କାର ପର୍ଯ୍ଯନ୍ତ ନେଇଥିଲେ ହତ୍ୟାକାରୀ । ଯେଉଁ ରୁମରେ ମାନସଙ୍କୁ ମାଡ ମରାଯାଇଥିଲା ଏବଂ ହତ୍ୟା କରାଯାଇଥିଲା ସେଠାରେ ଛାନଭିନ୍ କରିଛି ତଦନ୍ତକାରୀ ଟିମ୍ । ମାନସ ମୃତଦେହକୁ କାର୍ ପର୍ୟ୍ୟନ୍ତ କେମିତି ନେଇଥିଲେ ସମସ୍ତ ଦିଗକୁ କ୍ରାଇମ୍ବ୍ରାଞ୍ଚ ତନତନ କରୁ ଯାଞ୍ଚ କରୁଛି। ତେବେ ଏହି ଯାଞ୍ଚ ସମୟରେ କ୍ରାଇମ୍ବ୍ରାଞ୍ଚ ଅନେକ ଗୁରୁତ୍ୱପୂର୍ଣ୍ଣ ସୁରାକ ମିଳିଥିବା ଜଣାପଡ଼ିଛି ।