ଚିଲିକା ବିଧାୟକ ପ୍ରଶାନ୍ତ ଜଗଦେବ ଅସୁସ୍ଥ, କ୍ୟାପିଟାଲ ହସ୍ପିଟାଲ ସ୍ଥାନାନ୍ତରିତ

ଟାଙ୍ଗୀ: ବିଳମ୍ବିତ ରାତିରେ ଚିଲିକା ବିଧାୟକ ପ୍ରଶାନ୍ତ ଜଗଦେବ ପୁଣି ଅସୁସ୍ଥ ହେବାରୁ କ୍ୟାପିଟାଲ ହସ୍ପିଟାଲକୁ ସ୍ଥାନାନ୍ତରିତ କରାଯାଇଛି ବୋଲି ଖୋର୍ଦ୍ଧା ଏସ୍‌ପି ସୂଚନା ଦେଇଛନ୍ତି ।

ଗିରଫ ହୋଇ ବାଣପୁର ସବ୍‌-ଜେଲ୍‌ରେ ଥିବା ବିଧାୟକ ହଠାତ୍‌ ବିଳମ୍ବିତ ରାତିରେ ଅସୁସ୍ଥ ହୋଇପଡିଥିଲେ । ଏହାପରେ ତୁରନ୍ତ ବିଧାୟକଙ୍କୁ ଭୁବନେଶ୍ୱର ସ୍ଥିତ କ୍ୟାପିଟାଲ ହସ୍ପିଟାଲକୁ ସ୍ଥାନାନ୍ତରିତ କରାଯାଇଛି ।

ସେଠାରେ ତାଙ୍କ ଚିକିତ୍ସା ଜାରି ରହିଛି । ଏବେ ଯାଏଁ ତାଙ୍କ ସ୍ୱାସ୍ଥ୍ୟ ବିଷୟରେ ସବିଶେଷ ତଥ୍ୟ ହସ୍ତଗତ ହୋଇନାହିଁ ।

nis-ad
Leave A Reply

Your email address will not be published.