ମାଲକାନଗିରି ଜିଲ୍ଲା ପୋଲିସ ପକ୍ଷରୁ୮୭ତମ ପୋଲିସ ପ୍ରତିଷ୍ଠା ଦିବସ ପାଳିତ…

ମାଲକାନଗିରି : ମାଲକାନଗିରି ଜିଲ୍ଲା ପୋଲିସ ପ୍ୟାରେଡ଼ ପଡିଆ ଠାରେ ଆଜି ୮୭ତମ ପୋଲିସ ପ୍ରତିଷ୍ଠା ଦିବସ ପାଳନ ହୋଇଯାଇଛି ।୧୯୩୬ ମସିହାରେ ଓଡିଶାରେ ପୋଲିସ ବିଭାଗକୁ ଏକ ସ୍ଵତନ୍ତ୍ର ରୂପେ ଗଠନ କରାଯାଇଥିଲା । ସେହି ଦିନ ଠାରୁ ଏପ୍ରିଲ ୧ ତାରିଖକୁ ପୋଲିସ ପ୍ରତିଷ୍ଠା ଦିବସ ରୂପେ ପାଳନ କରାଯାଉଛି। ଆଜିର ଏହି କାର୍ଯ୍ୟକ୍ରମରେ ଜିଲ୍ଲା ଆରକ୍ଷୀ ଅଧିକ୍ଷକ ଶ୍ରୀ ନୀତିଶ ୱାଧୱାନି, ଡ଼ିଏସପି ଶ୍ରୀ ବଳଭଦ୍ର ଦୀପ ଓ ପୋଲିସ ବିଭାଗର ବରିଷ୍ଠ ଅଧିକାରୀ ଙ୍କ ସହ ବିଏସଏଫ କମାଡେଣ୍ଟ, ଜିଲ୍ଲାର ସାମ୍ବାଦିକ ଓ ବହୁ ବରିଷ୍ଠ ପୋଲିସ କର୍ମଚାରୀ ମାନେ ଉପସ୍ଥିତ ରହିଥିଲେ। ପ୍ୟାରେଡ଼ ପରେ ଜିଲ୍ଲା ଆରକ୍ଷୀ ଅଧିକ୍ଷକ ରାଜ୍ୟପାଳ ଓ ମୁଖ୍ୟମନ୍ତ୍ରୀ ଙ୍କ ବାର୍ତ୍ତା ପାଠ କରିଥିଲେ ଏବଂ ଚଳିତ ବର୍ଷ ଯେଉଁ ପୋଲିସ ଅଧିକାରୀ ମାନେ ପୋଲିସ ବିଭାଗ ପାଇଁ ନିଷ୍ଠାର ସହ କର୍ତ୍ତବ୍ୟ ପ୍ରତିପାଦନ କରିଛନ୍ତି ସେମାନଙ୍କୁ ପୁରସ୍କାର ରାଶି ସହ ମାନପତ୍ର ପ୍ରଦାନ କରାଯାଇଥିଲା।

nis-ad
Leave A Reply

Your email address will not be published.