ଆଜି ରାଜ୍ୟରେ ୪୦ ଜଣ କରୋନା ସଂକ୍ରମିତ ଚିହ୍ନଟ

ଭୁବନେଶ୍ୱର:ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୪୦ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୨୪ ଜଣ କ୍ୱାରେଣ୍ଟାଇନ୍ ରୁ ରହିଥିବା ବେଳେ ୧୬ ଜଣ ସ୍ଥାନୀୟ ସଂକ୍ରମିତ । ସେହିପରି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍ ବୟସର ୨ ଜଣ ଶିଶୁ ରହିଛନ୍ତି ।ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରେ ଅନୁଗୁଳ ଜିଲ୍ଲାରୁ ୨୨ଜଣ, ବାଲେଶ୍ୱର ଜିଲ୍ଲାରୁ ଜଣେ, ଗଜପତି ଜିଲ୍ଲାରୁ ୨ଜଣ, ଯାଜପୁର ଜିଲ୍ଲାରୁ ୨ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୨ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୩ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୩ଜଣ, ସମ୍ବଲପୁର ଜିଲ୍ଲାରୁ ୫ଜଣ ରହିଛନ୍ତି ।

ଏହାକୁ ମିଶାଇ ରାଜ୍ୟରେ ମୋଟ ସଂକ୍ରମିତ ଙ୍କ ସଂଖ୍ୟା ୧୨୮୭୭୦୧ ଜଣକୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି ।
ଅନ୍ୟ ପକ୍ଷରେ ଗତ ୨୪ ଘଂଟା ମଧ୍ୟରେ କରୋନା ଜନିତ ମୃତ୍ୟୁ ସମ୍ପର୍କରେ ସୂଚନା ଦିଆଯାଇନାହିଁ । ତେବେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୯୧୨୧ ରେ ପହଂଚିଛି । ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୨୮୭୭୦୧ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୧୨୭୮୧୬୨ ଜଣ ସୁସ୍ଥ ହୋଇଛନ୍ତି । କରୋନା ଜନିତ ମୃତ୍ୟୁ ସଂଖ୍ୟା ୯୧୨୧ ରେ ପହଂଚିଛିଥିବାବେଳେ ୫୩ ଜଣ କରୋନା ସଂକ୍ରମିତ ଅନ୍ୟ ରୋଗରେ ମୃତ୍ୟୁ ବରଣ କରିଛନ୍ତି । ଆଉ ୩୬୫ ଜଣ ସକ୍ରୀୟ ସଂକ୍ରମିତ ଚିକିତ୍ସାଧିନ ଅଛନ୍ତି । ଗତକାଲି ସୁଦ୍ଧା ରାଜ୍ୟରେ ୩୦୭୩୯୧୩୪ସାମ୍ପୁଲ ଟେଷ୍ଟ୍ ହୋଇଛି ।

nis-ad
Leave A Reply

Your email address will not be published.