ସମବାୟ ନିର୍ବାଚନ ନେଇ ପ୍ରକାଶ ପାଇଲା ବିଜ୍ଞପ୍ତି

ଭୁବନେଶ୍ବର : ରାଜ୍ୟରେ ପଞ୍ଚାୟତ ଓ ପୌର ନିର୍ବାଚନ ପରେ ଏବେ ସମବାୟ ସମିତି ନିର୍ବାଚନ ପରଇଁ ପ୍ରକାଶ ପାଇଛି ବିଜ୍ଞପ୍ତି। ଆସନ୍ତା ଜୁନ୍‌ରେ ହେବ ସମବାୟ ସମିତି ନିର୍ବାଚନ । ଜୁନ୍‌ ୧୨ ତାରଖରୁ ୨୬ ତାରିଖ ମଧ୍ୟରେ ଏହି ନିର୍ବାଚନ ଅନୁଷ୍ଠିତ ହେବ । ଏନେଇ ସମବାୟ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି । ଏଥିରେ ରାଜ୍ୟର ପ୍ରାଥମିକ ସମବାୟ ସମିତି କମିଟି ସଦସ୍ୟ ନିର୍ବାଚିତ ହେବେ ।

ରାଜ୍ୟ ସମବାୟ ନିର୍ବାଚନ କମିଶନର ସୁପାରିସ ଆଧାରରେ ରାଜ୍ୟରେ ଆସନ୍ତା ଜୁନ୍ ମାସ ୧୯ ଓ ୨୬ ତାରିଖରେ ପ୍ରାଥମିକ ସମବାୟ ସୋସାଇଟିରେ ନିର୍ବାଚନ ହେବ। ଏନେଇ ସୋମବାର ସମବାୟ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି । ପରବର୍ତ୍ତୀ ସମୟରେ ରାଜ୍ୟ ସମବାୟ ନିର୍ବାଚନ କମିଶନର ଏହି ନିର୍ବାଚନ ପାଇଁ ବିସ୍ତୃତ କାର୍ଯ୍ୟସୂଚୀ ଘୋଷଣା କରିବେ ବୋଲି ଜଣାପଡ଼ିଛି ।

nis-ad
Leave A Reply

Your email address will not be published.