ରାଜ୍ୟର ବିଭିନ୍ନ ଜିଲ୍ଲାରେ ହାଲୁକାରୁ ମଧ୍ୟମ ଧରଣର ବର୍ଷ ସମ୍ଭାବନା

ଭୁବନେଶ୍ୱର: ଆସନ୍ତା ୨୪ ଘଣ୍ଟାରେ ମଧ୍ୟରେ ରାଜ୍ଯର ୮ ଜିଲ୍ଲାରେ ହାଲୁକାରୁ ମଧ୍ୟମ ଧରଣର ବର୍ଷ ସମ୍ଭାବନା ରହିଛି । ଉକ୍ତ ୮ ଜିଲ୍ଲାଗୁଡିକ ହେଲା ମୟୁରଭଞ୍ଜ, ବାଲେଶ୍ୱର, କନ୍ଧମାଳ, ଗଜପତି, ରାୟଗଡା, ନବରଙ୍ଗପୁର, କୋରାପୁଟ ଓ ମାଲକାନଗିରି। ସେହିପରି ଆସନ୍ତାକାଲି ମଧ୍ଯ ୭ ଜିଲ୍ଲାରେ ମଧ୍ୟମ ଧରଣର ବର୍ଷା ହୋଇପାରେ। ସେ ନେଇ ୭ ଜିଲ୍ଲାକୁ ସତର୍କ ସୂଚନା ଜାରି କରାଯାଇଛି।

ସେଗୁଡିକ ହେଲା ମାଲକାନଗିରି, କୋରାପୁଟ, ରାୟଗଡା, ଗଜପତି, ଗଞ୍ଜାମ, କନ୍ଧମାଳ ଓ ନୟାଗଡ। ଅନ୍ୟ ସମସ୍ତ ଜିଲ୍ଲାରେ ପାଗ ଶୁଖିଲା ରହିବା ସହ ଜଳବାୟୁ ପରିବର୍ତ୍ତନ କ୍ଷେତ୍ରରେ ସେତେଟା ପରିବର୍ତ୍ତନ ହେବନି ବୋଲି ପାଣିପାଗ ବିଭାଗ କହିଛି।

nis-ad
Leave A Reply

Your email address will not be published.