ରାଜ୍ୟରେ ୯ଜିଲ୍ଲାକୁ କାଳବୈଶାଖୀ ବର୍ଷା ସମ୍ଭାବନା, ୟେଲୋ ୱାର୍ଣ୍ଣିଂ ଜାରି

ଭୁବନେଶ୍ବର: ରାଜ୍ୟରେ କାଳବୈଶାଖୀ ବର୍ଷା ସମ୍ଭାବନା । ଗତକାଲି ମାଲକାନଗିରି, କୋରାପୁଟ, ରାୟଗଡ଼ା, କନ୍ଧମାଳ, କଳାହାଣ୍ଡି, ଗଜପତି, ମୟୂରଭଞ୍ଜ, କେନ୍ଦୁଝର ଓ ସୁନ୍ଦରଗଡ଼ ଆଦି ଜିଲ୍ଲାର କିଛି ଅଞ୍ଚଳରେ ବିଜୁଳି, ଘଡ଼ଘଡ଼ି ସହ ବର୍ଷା ହୋଇଛି । ଗତ ୨୪ ଘଣ୍ଟାରେ ଦକ୍ଷିଣ ଉପକୂଳ ଓ ଉତ୍ତର ଉପକୂଳ ଓଡ଼ିଶାର କିଛି ସ୍ଥାନ‌ର ଦିନ ତାପମାତ୍ରାରେ ହ୍ରାସ ଦେଖାଦେଇଛି । ଉପକୂଳ ଓଡ଼ିଶାର ସ‌ର୍ବୋଚ୍ଚ ତାପମାତ୍ରା ସ୍ବାଭାବିକଠାରୁ କମ୍‌ ରହିଛି ।

ଆଜି ମଧ୍ୟ ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼, ମାଲକାନଗିରି, କୋରାପୁଟ, ରାୟଗଡ଼ା, ଗଜପତି, ଗଞ୍ଜାମ ଓ ନବରଙ୍ଗପୁର ଆଦି ଜିଲ୍ଲାରେ ବିଜୁଳି, ଘଡ଼ଘଡ଼ି ସହ ବର୍ଷା ସମ୍ଭାବନାକୁ ନେଇ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଭୁବନେଶ୍ବର ଓ ଏହାର ଆଖପାଖ ଅଞ୍ଚଳରେ ପାଗ ଆଂଶିକ ମେଘୁଆ ରହିବ । ଦିନର ସର୍ବୋଚ୍ଚ ତାପମାତ୍ରା ୩୬ ଡିଗ୍ରି ଓ ରାତିର ସର୍ବନିମ୍ନ ତାପମାତ୍ରା ୨୫ ଡିଗ୍ରି ଭିତରେ ରହିବ ।

ସେପଟେ, ୫ ସହରର ଦିନ ତାପମାତ୍ରା ୪୦ ଡିଗ୍ରି ଉପରେ ରେକର୍ଡ ହୋଇଛି । ସର୍ବାଧିକ ତାପମାତ୍ରା ବଲାଙ୍ଗୀରଠାରେ ୪୧.୫ଡିଗ୍ରି ରେକର୍ଡ ହୋଇଥିବା ବେଳେ ଟିଟିଲାଗଡ଼ ଓ ବୌଦ୍ଧ ଜିଲ୍ଲାରେ ୪୧ଡିଗ୍ରି ଲେଖାଏଁ ରହିଥିଲା । ସେହିଭଳି ଝାରସୁଗୁଡ଼ାରେ ୪୦.୩ ଡିଗ୍ରି ଓ ଭବାନୀପାଟଣାରେ ୪୦ଡିଗ୍ରି ରହିଥିଲା । ଆସନ୍ତା ୫ଦିନ ପର୍ଯ୍ୟନ୍ତ ରାଜ୍ୟର ତାପମାତ୍ରାରେ ବିଶେଷ ପରିବର୍ତ୍ତନର ସମ୍ଭାବନା ନାହିଁ । ଆଭ୍ୟନ୍ତରୀଣ ଓ ପଶ୍ଚିମ ଓଡ଼ିଶାର ଦିନ ତାପମାତ୍ରା ସ୍ବାଭାବିକଠାରୁ ୨ରୁ ୩ଡିଗ୍ରି ପର୍ଯ୍ୟନ୍ତ ଅଧିକ ରହିବ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ କୁହାଯାଇଛି ।

nis-ad
Leave A Reply

Your email address will not be published.