ଆଜି ନେତ୍ର ଉତ୍ସବ, କାଲି ପ୍ରଭୁ ଲିଙ୍ଗରାଜଙ୍କ ରୁକୁଣା ରଥ ଟଣା

ଭୁବନେଶ୍ୱର: ମହାପ୍ରଭୁ ଶ୍ରୀ ଲିଙ୍ଗରାଜଙ୍କ ରୁକୁଣା ରଥଯାତ୍ରା ଶନିବାର ଅନୁଷ୍ଠିତ ହେବ। ତେବେ ଆଜି ଶ୍ରୀ ଲିଙ୍ଗରାଜଙ୍କ ନେତ୍ର ଉତ୍ସବ ସହ ରଥ ପ୍ରତିଷ୍ଠା କରାଯିବ। ଏଥିପାଇଁ ସମସ୍ତ ବ୍ୟବସ୍ଥା ଶେଷ ପର୍ଯ୍ୟାୟରେ ପହଞ୍ଚିଛି । ଶନିବାର ଅପରାହ୍ନ ସାଢେ ୩ଟାରେ ରଥ ଟଣା ଆରମ୍ଭ ହେବ। ଦୀର୍ଘ ଦୁଇ ବର୍ଷ ପରେ ଲିଙ୍ଗରାଜଙ୍କ ରୁକୁଣା ରଥଯାତ୍ରାରେ ସାମିଲ ହେବେ ଭକ୍ତ ।

ରଥ ଟଣା ବେଳେ ଅଧିକ ଭିଡକୁ ଦୃଷ୍ଟିରେ ରଖି ଭକ୍ତଙ୍କ ସୁରକ୍ଷା ସହ ଶାନ୍ତିଶୃଙ୍ଖଳାକୁ ଗୁରୁତ୍ୱ ଦିଆଯାଇଛି । ସେପଟେ ରୁକୁଣା ରଥ ନେଇ ଚୁଡାନ୍ତ ସମନ୍ବୟ ବୈଠକ ଶେଷ ହୋଇଛି।

nis-ad
Leave A Reply

Your email address will not be published.