ରାଜ୍ୟରେ ଚିହ୍ନଟ ହେଲେ ଆଉ ୧୧ କରୋନା ପଜିଟିଭ୍‌

ଭୁବନେଶ୍ୱର: ରାଜ୍ୟରେ ଗତ ୨୪ ଘଣ୍ଟାରେ ୧୧ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୨୮୭୮୩୪କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ୱିଟ ଯୋଗେ ସୂଚନା ଦିଆଯାଇଛି ।

ତେବେ ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୮ ଜଣ କ୍ୱାରେଣ୍ଟାଇନରୁ ଚିହ୍ନଟ ହୋଇଥିବା ବେଳେ ୩ ଜଣ ରହିଛନ୍ତି ସ୍ଥାନୀୟ ସଂକ୍ରମିତ ।ସେହିପରି ୧୮ ବର୍ଷରୁ କମ ବୟସର ରହିଛନ୍ତି ୨ ଜଣ ।ବାଲେଶ୍ୱରରୁ ୧, ବଲାଙ୍ଗୀରରୁ ୧, କଟକରୁ ୧, ଗଜପତିରୁ ୧, ଖୋର୍ଦ୍ଧାରୁ ୨, ମୟୂରଭଞ୍ଜରୁ ୧, ସମ୍ବଲପୁରରୁ ୨ ଓ ସୁନ୍ଦରଗଡରୁ ୨ ଜଣ ରହିଛନ୍ତି ।

ସୂଚନା ଅନୁସାରେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୨୮୭୮୩୪ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୧୭୫ଟି ଆକ୍ଟିଭ୍ କେସ୍ ରହିଥିବା ବେଳେ ୧୨୭୮୪୮୫ ଜଣ ସୁସ୍ଥ ହୋଇଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୩୦୮୮୭୦୧୩ସାମ୍ପୁଲ ଟେଷ୍ଟ୍ ହୋଇଛି ।

nis-ad
Leave A Reply

Your email address will not be published.