ରାଜ୍ୟରେ କାଳାବୈଶାଖୀ ଓ ବଜ୍ରପାତ ସମ୍ଭାବନା

ଭୁବନେଶ୍ୱର: ଆସନ୍ତା ୨୪ ଘଣ୍ଟାରେ ରାଜ୍ୟରେ କାଳାବୈଶାଖୀ ଓ ବଜ୍ରପାତ ସମ୍ଭାବନା । ଏନେଇ ୫ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର । ଏହି ଜିଲ୍ଲାଗୁଡିକ ହେଲା କୋରାପୁଟ, ରାୟଗଡା, ଗଜପତି, ଗଞ୍ଜାମ ଓ କନ୍ଧମାଳ । ଏହି ସବୁ ଜିଲ୍ଲା ପାଇଁ ପାଣିପାଗ କେନ୍ଦ୍ର ପକ୍ଷରୁ ସତର୍କ ରହିବାକୁ ପରାମର୍ଶ ଦିଆଯାଇଛି ।

ଏହାସହିତ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ମାଲକାନଗିରି, କୋରାପୁଟ, ରାୟଗଡା, ଗଜପତିସ ଗଞ୍ଜାମ, କନ୍ଧମାଳ, ନୟାଗଡ, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଯାଜପୁର, ଅନଗୁଳ, ଢେଙ୍କାନାଳ ଆଦି ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ କାଳବୈଶାଖୀ ସହିତ ବର୍ଷା ହେବାର ସମ୍ଭାବନା ରହିଛି ।

ସେହିପରି ଆସନ୍ତା ୧୩ ଓ ୧୪ ତାରିଖରେ ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ରାୟଗଡା, ଗଜପତି, କଳାହାଣ୍ଡି, କେନ୍ଦୁଝର, ମୟୂରଭଞ୍ଜ ଆଦି ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ କାଳବୈଶାଖୀ ସହିତ ବର୍ଷା ହେବାର ସମ୍ଭାବନା ରହିଛି ।

nis-ad
Leave A Reply

Your email address will not be published.