ରାଜ୍ୟରେ ଆଉ ୧୦ କରୋନା ପଜିଟିଭ୍‌ ଚିହ୍ନଟ

ଭୁବନେଶ୍ୱର: ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୧୦ ଜଣ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି । ଏମାନଙ୍କ ମଧ୍ୟରୁ ୬ ଜଣ କ୍ୱାରାଣ୍ଟାଇନ୍‌ରୁ ରହିଥିବା ବେଳେ ୪ ଜଣ ଲୋକାଲ କେସ ରହିଛନ୍ତି । ସେହିପରି ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍‌ ବୟସର କୌଣସି ସଂକ୍ରମିତ ଚିହ୍ନଟ ହୋଇନାହାନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୨୮୭୯୧୨ ଜଣକୁ ବୃଦ୍ଧି ପାଇଛି ।

ଏ ନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟିଟ ଯୋଗେ ସୂଚନା ଦିଆଯାଇଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରେ ବାଲେଶ୍ୱର, ଖୋର୍ଦ୍ଧାରୁ ୨ଜଣ ଥିବା ବେଳେ ବଲାଙ୍ଗୀରରୁ ୩ ଜଣ ରହିଛନ୍ତି। ସେହିପରି କଟକ, ସମ୍ବଲପୁର ଏବଂ ସୁନ୍ଦରଗଡରୁ ଜଣେ ଲେଖାଏ ଆକ୍ରାନ୍ତ ରହିଛନ୍ତି।

nis-ad
Leave A Reply

Your email address will not be published.