ରାଜ୍ୟରେ ଆଉ ୧୦ କରୋନା ପଜିଟିଭ ଚିହ୍ନଟ, ୧୧ ସୁସ୍ଥ 

ଭୁବନେଶ୍ଵର : ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୧୦ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ତେବେ ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ଜଣ କ୍ୱାରେଣ୍ଟାଇନ୍‌ରୁ ରହିଥିବା ବେଳେ ୦୩ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ସେହିପରି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍‌ ବୟସର ୨ ଜଣ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୨୮୭୯୨୨ ଜଣକୁ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି । ୪ ଜିଲ୍ଲାରୁ ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ସମ୍ବଲପୁରରୁ ୪ ଜଣ, କେନ୍ଦ୍ରାପଡ଼ାରୁ ୩ ଜଣ, ଖୋର୍ଦ୍ଧ ୨ ଜଣ ଏବଂ ବଲାଙ୍ଗୀର ଜଣେ ଲେଖାଁଏ ରହିଛନ୍ତି।

ତେବେ ରାଜ୍ୟରୁ ରବିବାର ଆଉ ୧୧ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏହାକୁ ମିଶାଇ ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ମୋଟ୍‌ ୧୨,୭୮,୬୫୨ ଆକ୍ରାନ୍ତ ସୁସ୍ଥ ହୋଇସାରିଲେଣି। ଏନେଇ ଟୁଇଟ୍‌ ଯୋଗେ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଆଜି ସମ୍ବଲପୁରରୁ ସର୍ବାଧିକ ୪ ଆକ୍ରାନ୍ତ ସୁସ୍ଥ ହୋଇଥିବା ବେଳେ ବଲାଙ୍ଗୀରରୁ ୨, କଟକ, ଗଜପତି, ଗଞ୍ଜାମ ଏବଂ ବରଗଡ଼ରୁ ଜଣେ ଲେଖାଏ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଷ୍ଟେଟ୍‌ପୁଲ୍‌ ସଂଖ୍ୟା ରହିଛି ୧।

nis-ad
Leave A Reply

Your email address will not be published.