କେନ୍ଦୁପତ୍ର ସଂଗ୍ରହ ମୂଲ୍ୟ ବୃଦ୍ଧି କଲେ ରାଜ୍ୟ ସରକାର, ବୋନସ ଓ ଅନ୍ୟାନ୍ୟ ଭତ୍ତା ପାଇଁ ୧୨୦ କୋଟି ଟଙ୍କା ମଞ୍ଜୁର

ଭୁବନେଶ୍ୱର : କେନ୍ଦୁପତ୍ର ତୋଳାଳୀଙ୍କ ପାଇଁ ମୁଖ୍ୟମନ୍ତ୍ରୀଙ୍କ ବଡ ଘୋଷଣା ।କେନ୍ଦୁପତ୍ର ସଂଗ୍ରହ ମୂଲ୍ୟରେ ବୃଦ୍ଧି ।ଉପକୃତ ହେବେ ୭.୫୦ ଲକ୍ଷ କେନ୍ଦୁପତ୍ର ତୋଳାଳୀ । ପାଇବେ ୨୪୦ କୋଟି ଟଙ୍କା । ବୋନସ ଓ ଅନ୍ୟାନ୍ୟ ଭତ୍ତା ପାଇଁ ୧୨୦ କୋଟି ଟଙ୍କା ମଞ୍ଜୁର କରିଛନ୍ତି ରାଜ୍ୟ ସରକାର । ରାଜ୍ୟର ଲକ୍ଷ ଲକ୍ଷ କେନ୍ଦୁପତ୍ର ତୋଳାଳୀଙ୍କ ସ୍ବାର୍ଥକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର କେନ୍ଦୁପତ୍ରର ସଂଗ୍ରହ ମୂଲ୍ୟ ବୃଦ୍ଧି କରିବା ପାଇଁ ନିଷ୍ପତ୍ତି ଗ୍ରହଣ କରିଛନ୍ତି ।

ଏହି ନିଷ୍ପତ୍ତି ଅନୁଯାୟୀ ୨୦୨୨ ଫସଲ ବର୍ଷ ପାଇଁ ଉଭୟ ପ୍ରୋସେସ ଅଞ୍ଚଳ ଓ ଫାଲ ଅଂଚଳରେ କେନ୍ଦୁପତ୍ର ସଂଗ୍ରହ ମୂଲ୍ୟ ରେ ବୃଦ୍ଧି କରାଯାଇଛି।ଏହାଦ୍ଵାରା ରାଜ୍ୟରେ ୭.୫୦ ଲକ୍ଷ ଗରୀବ କେନ୍ଦୁପତ୍ର ତୋଳାଳୀ ୨୪୦ କୋଟି ଟଙ୍କାର ଅଧିକ ରୋଜଗାର ପାଇପାରିବେ। ଏମାନଙ୍କ ମଧ୍ୟରୁ ଅଧିକାଂଶ ହେଉଛନ୍ତି ଜନଜାତି ମହିଳା ।

ଏହାସହିତ ରାଜ୍ୟ ସରକାରଙ୍କ ପକ୍ଷରୁ ବୋନସ ଓ ବିଭିନ୍ନ ଭତ୍ତା ବାବଦରେ ମଧ୍ୟ୍ୟ ୧୨୦ କୋଟି ଟଙ୍କା ମଂଜୁର କରାଯାଇଛି। ଏହାଦ୍ଵାରା ୮ ଲକ୍ଷ କେନ୍ଦୁପତ୍ର ତୋଳାଳୀ, ବନ୍ଧାଳୀ ଓ ଅନ୍ୟାନ୍ୟ କର୍ମଚାରୀ ଉପକୃତ ହେବେ ।

ସୂଚନାଯୋଗ୍ୟ ଯେ ରାଜ୍ୟ ସରକାର କେନ୍ଦୁପତ୍ର ବ୍ୟବସାୟର ସମସ୍ତ ଲାଭକୁ କେନ୍ଦୁପତ୍ର ତୋଳାଳୀ, ବନ୍ଧାଳୀ ଓ ଅନ୍ୟାନ୍ୟ କର୍ମଚାରୀ ମାନଙ୍କ କଲ୍ୟାଣ ପାଇଁ ବିନିଯୋଗ କରୁଛନ୍ତି ।”

nis-ad
Leave A Reply

Your email address will not be published.