ରାଜ୍ୟରେ ଆଉ ୧୧ ଜଣ କରୋନା ପଜିଟିଭ୍ ଚିହ୍ନଟ

ଭୁବନେଶ୍ୱର: ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୧୧ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୨୮୭୯୭୯ ଜଣକୁ ବୃଦ୍ଧି ପାଇଛି ।

ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି । ତେବେ ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୬ ଜଣ କ୍ୱାରେଣ୍ଟାଇନ୍‌ରୁ ରହିଥିବା ବେଳେ ୫ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି ।

ସେହିପରି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍‌ ବୟସର ୨ଜଣ ରହିଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରେ ବଲାଙ୍ଗୀର ଜିଲ୍ଲାରୁ ୨ଜଣ, କଟକ ଜିଲ୍ଲାରୁ ୨ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୨ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୨ଜଣ, ସମ୍ବଲପୁର ଜିଲ୍ଲାରୁ ୩ଜଣ ରହିଛନ୍ତି ।

nis-ad
Leave A Reply

Your email address will not be published.