ଆସନ୍ତାକାଲିଠୁ ୫ ଦିନ ବନ୍ଦ ହେବ ରାଜ୍ୟର ସମସ୍ତ ସ୍କୁଲ, ଚାଲୁ ରହିବ ମାଟ୍ରିକ୍‌ ଓ ଯୁକ୍ତ ଦୁଇ ପରୀକ୍ଷା

ଭୁବନେଶ୍ବର: ଆସନ୍ତାକାଲି ଠାରୁ ରାଜ୍ୟରେ ୫ ଦିନ ପାଇଁ ଛୁଟି ରହିବ ସ୍କୁଲ । ପ୍ରବଳ ଖରାକୁ ଦୃଷ୍ଟିରେ ରଖି ୫ ଦିନ ପାଇଁ ସ୍କୁଲ ଛୁଟି ଘୋଷଣା କରାଯାଇଛି । ଆସନ୍ତା ଏପ୍ରିଲ ୩୦ ତାରିଖ ଯାଏଁ ରାଜ୍ୟର ସମସ୍ତ ସ୍କୁଲ ଛୁଟି ରହିବ । ପ୍ରବଳ ଖରାକୁ ଦୃଷ୍ଟିରେ ରଖି ଗଣଶିକ୍ଷା ବିଭାଗ ଏଭଳି ନିଷ୍ପତ୍ତି ନେଇଛି । ଏନେଇ ସୂଚନା ଦେଇଛନ୍ତି ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାସ ।

ଏହାପୂର୍ବରୁ ପ୍ରବଳ ଖରା ଯୋଗୁଁ ସ୍କୁଲ ଛୁଟି କରିବାକୁ ଅଭିଭାବକ ମାନେ ଦାବି କରିଥିଲେ । ଗଣଶିକ୍ଷା ବିଭାଗ ପକ୍ଷରୁ ସମୀକ୍ଷା କରାଯାଇ ନିଷ୍ପତି ନିଆଯିବ ବୋଲି କୁହାଯାଇଥିଲା । ତେବେ ଖରାକୁ ଦୃଷ୍ଟିରେ ରଖି ସକାଳୁଆ ସ୍କୁଲ ହେଉଥିଲା । କିନ୍ତୁ ଆସନ୍ତା ୫ ଦିନ ଅତ୍ୟଧିକ ଗ୍ରୀଷ୍ମପ୍ରବାହ ଜାରି ରହିବ ବୋଲି ପାଣିପାଗ ବିଭାଗ ପକ୍ଷରୁ କୁହାଯିବା ପରେ ସ୍କୁଲ ଛୁଟି ନିଷ୍ପତ୍ତି ନେଇଛି ଗଣଶିକ୍ଷା ବିଭାଗ ।

ତେବେ ଏହି ସମୟ ମଧ୍ୟରେ ମାଟ୍ରିକ ଏବଂ +୨ ପରୀକ୍ଷା ଅନୁଷ୍ଠିତ ହେବାକୁ ଥିବା ବେଳେ ଏହି ସୂଚୀରେ କୌଣସି ପରିବର୍ତ୍ତନ କରାଯାଇ ନାହିଁ । ପୂର୍ବ ନିର୍ଦ୍ଧାରିତ ସୂଚୀ ଅନୁସାରେ ପରୀକ୍ଷା ଚାଲୁ ରହିବ ବୋଲି ସୂଚନା ଦେଇଛି ଗଣଶିକ୍ଷା ବିଭାଗ ।

nis-ad
Leave A Reply

Your email address will not be published.