ଆସନ୍ତାକାଲିଠୁ ମୁଖ୍ୟମନ୍ତ୍ରୀଙ୍କ ୫ ଦିନିଆ ଦିଲ୍ଲୀ ଗସ୍ତ

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ୫ ଦିନିଆ ନୂଆଦିଲ୍ଲୀ ଗସ୍ତରେ ଯିବେ । ମୁଖ୍ୟମନ୍ତ୍ରୀ ଆସନ୍ତାକାଲି ଅପରାହ୍ନ ସାଢ଼େ ୧ଟାରେ ନୂଆଦିଲ୍ଲୀ ଅଭିମୁଖେ ବାହାରିବେ । ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ଏହି ସୂଚନା ଦିଆଯାଇଛି । ସେ ଗସ୍ତ ଶେଷ କରି ଆସନ୍ତା ମେ’ ମାସ ୩ ତାରିଖରେ ଫେରିଆସିବେ । ସିଏମ୍‌ଓ ପକ୍ଷରୁ ମିଳିଥିବା ସୂଚନା ଅନୁସାରେ, ମୁଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟନାୟକ ନୂଆଦିଲ୍ଲୀସ୍ଥିତ ବିଜ୍ଞାନ ଭବନ ପରିସରରେ ଏପ୍ରିଲ ୩୦ ତାରିଖ ପୂର୍ବାହ୍ନ ସାଢ଼େ ୧୦ଟାରେ ଆୟୋଜିତ ହେବାକୁ ଥିବା ମୁଖ୍ୟମନ୍ତ୍ରୀ ଓ ହାଇକୋର୍ଟ ମୁଖ୍ୟ ବିଚାରପତିମାନଙ୍କ ଦିନିକିଆ ସମ୍ମିଳନୀରେ ଯୋଗଦେବେ । ଏହି ସମ୍ମିଳନୀରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଓ ସୁପ୍ରିମକୋର୍ଟ ପ୍ରଧାନ ବିଚାରପତି ମଧ୍ୟ ଯୋଗ ଦେବେ ।

ସୂଚନାଯୋଗ୍ୟ, ୨୦୧୬ ଏପ୍ରିଲ ୨୪ ତାରିଖରେ ଶେଷଥର ପାଇଁ ମୁଖ୍ୟମନ୍ତ୍ରୀ ଓ ମୁଖ୍ୟ ବିଚାରପତିମାନଙ୍କ ବୈଠକ ଅନୁଷ୍ଠିତ ହୋଇଥିଲା ।
ମେ’ ୧ତାରିଖରେ ମୁଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟନାୟକଙ୍କର କୌଣସି ସରକାରୀ କାର୍ଯ୍ୟକ୍ରମ ନଥିବା ଜଣାପଡ଼ିଛି । ସେ ୨ତାରିଖରେ ଭାରତ ସରକାରଙ୍କ ଅନୁମତି ଅପେକ୍ଷାରେ ପଡ଼ି ରହିଥିବା ବିଭିନ୍ନ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟର ଅଗ୍ରଗତିର ସମୀକ୍ଷା କରିବେ ବୋଲି ଜଣାପଡ଼ିଛି । ଗସ୍ତ ଅବସରରେ ସମସ୍ତ କାର୍ଯ୍ୟକ୍ରମ ଶେଷ କରି ମୁଖ୍ୟମନ୍ତ୍ରୀ ୩ ତାରିଖ ଅପରାହ୍ନ ସାଢ଼େ ୧ଟାରେ ଭୁବନେଶ୍ୱର ଫେରିବାର କାର୍ଯ୍ୟକ୍ରମ ରହିଛି ।

nis-ad
Leave A Reply

Your email address will not be published.