୪୫ ଡିଗ୍ରୀ ସହ ଆଜି ବି ବୌଦ୍ଧ ସର୍ବାଧିକ ଉତ୍ତପ୍ତ ସହର

ଭୁବନେଶ୍ୱର: ଆଜି ବି କ୍ରମାଗତ ଦ୍ୱିତୀୟ ଦିନ ପାଇଁ ବୌଦ୍ଧରେ ତାପମାତ୍ରା ସର୍ବାଧିକ ୪୫ ଡିଗ୍ରୀ ରେକର୍ଡ କରାଯାଇଛି ଓ ସମଗ୍ର ରାଜ୍ୟରେ ବୌଦ୍ଧ ସର୍ବାଧିକ ଉତ୍ତପ୍ତ ସହର ପାଲଟିଛି । ଗତକାଲି ବୌଦ୍ଧରେ ତାପମାତ୍ରା ୪୫ ଡିଗ୍ରୀ ଛୁଇଁଥିଲା, ଯାହାକି ଚଳିତ ଋତୁରେ ସର୍ବାଧିକ ତାପମାତ୍ରା ଥିଲା ।

ଏହାସହିତ ଆଜି ରାଜ୍ୟର ୨୫ଟି ସ୍ଥାନରେ ତାପମାତ୍ରା ୪୦ ଡିଗ୍ରୀ ଉପରେ ରହିଥିବାବେଳେ ୯ଟି ସ୍ଥାନରେ ୪୩ ଡିଗ୍ରୀ ଓ ୫ଟି ସ୍ଥାନରେ ୪୪ ଡିଗ୍ରୀ ଉପରେ ତାପମାତ୍ରା ରହିଛି।

ଗତ ଦୁଇଦିନ ତଳେ ବୌଦ୍ଧ ରାଜ୍ୟର ସର୍ବାଧିକ ଉତ୍ତପ୍ତ ସହର ରହିଥିଲା । ଗତକାଲି ଗୁରୁବାର ବୌଦ୍ଧରେ ତାପମାତ୍ରା ୪୫ ଡିଗ୍ରୀ ରେକର୍ଡ ହୋଇଥିଲା ଯାହାକି ଚଳିତ ଗ୍ରୀଷ୍ମଋତୁରେ ସର୍ବାଧିକ ଥିଲା । ଆଜି ମଧ୍ୟ ବୌଦ୍ଧରେ ସର୍ବାଧିକ ତାପମାତ୍ରା ୪୫ ଡିଗ୍ରୀ ରେକର୍ଡ ହୋଇଛି । ଆଜି ରାଜ୍ୟର ଯେଉଁ ୫ଟି ସ୍ଥାନରେ ତାପମାତ୍ରା ୪୪ଡିଗ୍ରୀ ବା ଏହା ଉପରେ ରହିଛି, ସେଗୁଡ଼ିକ ହେଲା- ଅନୁଗୋଳ ୪୪.୭, ଦେବଗଡ଼ ୪୪. ୬, ତାଳଚେର ୪୪. ୫ ଓ ବଲାଙ୍ଗିର ୪୪।

ଟିଟିଲାଗଡ଼ରେ ତାପମାତ୍ରା ୪୩.୮ ଓ ସୋନପୁରରେ ୪୩.୬ ରହିଥିବାବେଳେ ରାଜଧାନୀ ଭୁବନେଶ୍ୱରରେ ତାପମାତ୍ରା ୪୦.୨ ଡିଗ୍ରୀ ଓ କଟକ ୪୦.୧ ଡିଗ୍ରୀ ରହିଛି । ଗତକାଲି ତୁଳନାରେ କଟକ ଓ ଭୁବନେଶ୍ୱର ଉଭୟ ସହରରେ ତାପମାତ୍ରା ଆଜି ଅଧିକ ରହିଛି । ଆଜି ଗୋପାଳପୁରରେ ସର୍ବନିମ୍ନ ୩୧.୧ ଓ ପାରାଦୀପରେ ୩୨.୮ ଡିଗ୍ରୀ ତାପମାତ୍ରା ରେକର୍ଡ କରାଯାଇଛି ।

ସୂଚନାଯୋଗ୍ୟ, ଗତ ପ୍ରାୟ ଏକ ସପ୍ତାହ ଧରି ରାଜ୍ୟରେ ପ୍ରବଳ ଗ୍ରୀଷ୍ମପ୍ରବାହ ଓ ତତଲା ହାୱା ଯୋଗୁ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡ଼ିଛି । ଦିନ ୧୧ଟାରୁ ୩ଟା ପର୍ଯ୍ୟନ୍ତ ଅତି ଜରୁରୀ ନଥିଲେ ଘରୁ ନବାହାରିବା ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ପରାମର୍ଶ ଦିଆଯାଇଛି ।

nis-ad
Leave A Reply

Your email address will not be published.