ଭୁବନେଶ୍ବର: ତାତିରୁ ମିଳିଛି ସାମାନ୍ୟ ଆଶ୍ବସ୍ତି। ଉପକୂଳ ଓଡ଼ିଶାରେ ମେଘାଛନ୍ନ ଆକାଶ ସହ ବହୁଛି ସାମୁଦ୍ରିକ ପବନ । ଏହାର ପ୍ରଭାବରେ ଆସନ୍ତା ୧୦ ତାରିଖ ପର୍ଯ୍ୟନ୍ତ ଆଶ୍ବସ୍ତି ମିଳିବ ବୋଲି ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ଦକ୍ଷିଣ ଦିଗରୁ ଓଡ଼ିଶା ମଧ୍ୟକୁ ପ୍ରବେଶ କରୁଥିବା ଜଳୀୟବାଷ୍ପ ପୂର୍ଣ୍ଣ ସାମୁଦ୍ରିକ ବାୟୁ ଉତ୍ତପ୍ତ ବାୟୁମଣ୍ଡଳ ସଂସ୍ପର୍ଶରେ ଆସିଥିବାରୁ ରବିବାର ଠାରୁ ରାଜ୍ୟରେ କାଳ ବୈଶାଖୀ ଦୃଢ ଭାବରେ ସକ୍ରିୟ ହୋଇଛି ।
ପ୍ରଭାବରେ ବିଭିନ୍ନ ଜିଲ୍ଲାରେ ଘଡଘଡି ବିଜୁଳି ସହ ବର୍ଷା ହେବ ବୋଲି ସତର୍କ କରାଇଛି ପାଣିପାଗ କେନ୍ଦ୍ର । ୧୪ଟି ଜିଲାକୁ କାଳବୈଶାଖୀ ସର୍ତକତା ଜାରି କରାଯାଇଛି। ୧୪ ଜିଲ୍ଲାରେ ବଜ୍ରପାତ ସହ ବର୍ଷା ସମ୍ଭାବନା ରହିଛି। ଜିଲା ଗୁଡିକ ହେଲା ଯାଜପୁର, ସୁନ୍ଦରଗଡ, ଅନୁଗୁଳ, ଢେଙ୍କାନାଳ, କେନ୍ଦ୍ରାପଡା, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ବର, ଭଦ୍ରକ, କନ୍ଧମାଳ, ରାୟଗଡା, ଗଜପତି, ଗଞ୍ଜାମ ଓ କୋରାପୁଟ। ଏହି ସବୁ ଜିଲାବାସୀ ସର୍ତକ ରହିବାକୁ ପରାମର୍ଶ ଦିଆଯାଇଛି।