ରାଜ୍ୟରେ ପ୍ରତିଷ୍ଠା ହେବ ୩୪ ନୂଆ ଅଦାଲତ

ଭୁବନେଶ୍ବର: ରାଜ୍ୟରେ ସରଳ ହେବ ନ୍ୟାୟିକ ପ୍ରକ୍ରିୟା । ବିଭିନ୍ନ ଜିଲ୍ଲାରେ ପ୍ରତିଷ୍ଠା ହେବ ୩୪ଟି ନୂଆ ଅଦାଲତ । ସୂଚନା ଦେଲେ ଆଇନ ମନ୍ତ୍ରୀ ପ୍ରତାପ ଜେନା । ଅର୍ଥମନ୍ତ୍ରୀ ନିରଞ୍ଜନ ପୂଜାରୀଙ୍କ ଅଧ୍ୟକ୍ଷତାରେ ବସିଥିବା ଉଚ୍ଚ କ୍ଷମତା ସମ୍ପନ୍ନ କମିଟି ବୈଠକରେ ଅଦାଲତ ପ୍ରତିଷ୍ଠା ପ୍ରସ୍ତାବ ଉପରେ ରାଜ୍ୟ ସରକାର ମାରିଛନ୍ତି ମୋହର । ଉଚ୍ଚ ନ୍ୟାୟାଳୟର ଅନୁମୋଦନ ପରେ ବିଜ୍ଞପ୍ତି ପ୍ରକାଶ ପାଇବ ।

କମିଟିରେ ଆଇନ୍ ମନ୍ତ୍ରୀ ପ୍ରତାପ ଜେନା, ଅର୍ଥ ବିଭାଗର ପ୍ରମୁଖ ସଚିବ ବିଶାଳ ଦେବ ଏବଂ ଆଇନ୍ ସଚିବ ପ୍ରତାପ କୁମାର ପାତ୍ର ରହିଛନ୍ତି । ଏହି କମିଟି ଗଜପତି ଜିଲ୍ଲାର ପାରଳାଖେମୁଣ୍ଡି ଠାରେ ସ୍ବତନ୍ତ୍ର ଭିଜିଲାନ୍ସ ଅଦାଲତ ପ୍ରତିଷ୍ଠା ପାଇଁ ଅନୁମୋଦନ କରିଥିବାବେଳେ ଅନ୍ୟ ୭ଟି ଜିଲ୍ଲା ଏବଂ ସେସନ କୋର୍ଟ ପ୍ରତିଷ୍ଠାକୁ ମଞ୍ଜୁରୀ ଦେଇଛନ୍ତି । ଏଥିମଧ୍ୟରେ ଭୁବନେଶ୍ବରରେ ଦୁଇଟି, ବାଲେଶ୍ବର ଜିଲ୍ଲାର ସୋର ଓ ଜଳେଶ୍ବର, ଯାଜପୁର ଜିଲ୍ଲାର ଚଣ୍ଡିଖୋଲ, କେରାପୁଟ ଏବଂ ଗଜପତି ଜିଲ୍ଲାର ଆର. ଉଦୟଗିରି ରହିଛି । ଅନୁରୂପ ଭାବେ ୫ଟି ସିଭିଲ ଜଜ କୋର୍ଟକୁ ଅନୁମୋଦନ କରାଯାଇଛି ।

୧୧ଟି ସ୍ଥାନରେ ସିଭିଲ ଜଜ କୋର୍ଟ ସ୍ଥାପନ ହେବ । ଏଥି ସହିତ ୧୦ଟି ବାଣିଜ୍ୟିକ ଅଦାଲତ ପ୍ରତିଷ୍ଠା ହେବ । ଅଦାଲତ ପ୍ରତିଷ୍ଠା ପାଇଁ ୨୧.୨୬ କୋଟି ଟଙ୍କାର ବଜେଟକୁ ଅନୁମୋଦନ କରାଯାଇଛି । ଅତିରିକ୍ତ ଜିଲ୍ଲା ଓ ସେସନ ଅଦାଲତ ପାଇଁ ୫.୨୦ କୋଟି ଟଙ୍କା ମଞ୍ଜୁର ହୋଇଥିବାବେଳେ ସିଭିଲ ଜଜ୍ ଅଦାଲତ ପାଇଁ ୩.୬୦ କୋଟି ଟଙ୍କା ମଞ୍ଜୁର ହୋଇଛି । ଉଚ୍ଚ କ୍ଷମତା ସମ୍ପନ୍ନ କମିଟି ୪ଟି ବାଣିଜ୍ୟିକ ଅଦାଲତ ଭୁବନେଶ୍ବର, କଟକ, ସମ୍ବଲପୁର ଏବଂ ବ୍ରହ୍ମପୁରଠାରେ ପ୍ରତିଷ୍ଠାକୁ ଅନୁମୋଦନ କରିଛନ୍ତି ।

nis-ad
Leave A Reply

Your email address will not be published.